ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ଘଟଗାଁରେ ବେଆଇନ ଦେଶୀ ମଦଭାଟି ଉପରେ ମିଳିତ ଚଢ଼ାଉ, ୨୦ କ୍ୱିଣ୍ଟାଲ ମହୁଲ ପୋଚ ନଷ୍ଟ


ଘଟଗାଁ:୩୧/୮(ବ୍ୟୁରୋ ରିପୋର୍ଟ) କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଭୋଳବେଡ଼ା ରଙ୍ଗାମାଟିଆ ସାହି ନିକଟସ୍ଥ ଜଙ୍ଗଲରେ ଚାଲିଥିବା ବେଆଇନ ଦେଶୀ ମଦଭାଟି ଉପରେ ପୋଲିସ, ଅବକାରୀ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି।ସୂଚନା ଅନୁଯାୟୀ, ଜଙ୍ଗଲ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ଦେଶୀ ମଦ ପ୍ରସ୍ତୁତି ଚାଲିଥିବା ନେଇ ବିଭାଗୀୟ ଅଧିକାରୀଙ୍କୁ ସୂଚନା ମିଳିଥିଲା। ଏହାକୁ ଆଧାର କରି ତିନି ବିଭାଗର ମିଳିତ ଟିମ୍ ଘଟଣାସ୍ଥଳରେ ଚଢ଼ାଉ କରିଥିଲେ।ଚଢ଼ାଉ ସମୟରେ ଘଟଣାସ୍ଥଳରୁ ପ୍ରାୟ ୨୦ କ୍ୱିଣ୍ଟାଲ ମହୁଲ ପୋଚ ଠାବ କରାଯାଇଥିଲା। ପରେ ଏହି ପୋଚକୁ ଘଟଣାସ୍ଥଳରେ ନଷ୍ଟ କରାଯାଇଥିବା ବେଳେ ଦେଶୀ ମଦ ପ୍ରସ୍ତୁତିରେ ବ୍ୟବହୃତ ବିଭିନ୍ନ ରନ୍ଧା ସରଞ୍ଜାମ, ପ୍ଲାଷ୍ଟିକ୍ ଜାର ଓ ଅନ୍ୟାନ୍ୟ ଉପକରଣ ଜବତ କରାଯାଇଛି।ବହୁ ପରିମାଣର ମହୁଲ ପୋଚ ନଷ୍ଟ କରାଯିବା ଫଳରେ ଅଞ୍ଚଳରେ ଚାଲିଥିବା ଚୋରା ଦେଶୀ ମଦ ପ୍ରସ୍ତୁତି ଉପରେ ବଡ଼ ଧରଣର ରୋକ୍ ଲାଗିଛି।ଏହି ଘଟଣାକୁ ନେଇ ଗୋଟିଏ ମାମଲା ରୁଜୁ କରାଯାଇଥିବା ଜଣାପଡ଼ିଛି। ବେଆଇନ ଦେଶୀ ମଦ ପ୍ରସ୍ତୁତି ଓ କାରବାର ବିରୋଧରେ ଆଗାମୀ ଦିନରେ ମଧ୍ୟ ଚଢ଼ାଉ ଜାରି ରହିବ ବୋଲି ସମ୍ପୃକ୍ତ ବିଭାଗ ପକ୍ଷରୁ କୁହାଯାଇଛି।

Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।