ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଜାତୀୟ କ୍ରୀଡ଼ା ଦିବସ ପାଳିତ
ପାଟଣା:୨୯/୮(ନ.ଓ)ପାଟଣା ବ୍ଲକ ମୁଖ୍ୟାଳୟ ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଆଜି ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଇଛି। ମହାବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଶିକ୍ଷକ କ୍ୟାପଟେନ ଧର୍ମେନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ ଜଗନ୍ନାଥ ମହାନ୍ତ ଓ ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ରତ୍ନାକର ମହାକୁର ଯୋଗ ଦେଇଥିଲେ। ପ୍ରାରମ୍ଭରେ ହକି ଯାଦୁକର ମେଜର ଧ୍ୟାନଚାନ୍ଦଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ପୂର୍ବକ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା।ନିଷ୍ଠା ଓ ଏକାଗ୍ରତା କ୍ରୀଡା କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଦେଇଥାଏ ଅତିଥି ମାନେ ମତ ଦେଇଥିଲେ। କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ।
Tags:ଜିଲ୍ଲା
ନଜର ଓଡ଼ିଶା
Nazar Odisha
Subscribe to:
Post Comments (Atom)
