ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା


ପାଟଣା:୨/୯(ବ୍ୟୁରୋ ରିପୋର୍ଟ)ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ମାଳତୀ ମହାନ୍ତି ଯୋଗଦାନ କରିଛନ୍ତି। ସେ ଲେଭେଲ୍-୩କୁ ପଦୋନ୍ନତି ପାଇ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଏହି ବିଦ୍ୟାଳୟରେ ଯୋଗ ଦେଇଛନ୍ତି।ଏହା ପୂର୍ବରୁ ଶ୍ରୀମତୀ ମହାନ୍ତି ହାଟଡିହି ବ୍ଲକରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ। ନୂତନ ଦାୟିତ୍ୱ ଗ୍ରହଣ କରି ବିଦ୍ୟାଳୟରେ ପହଞ୍ଚିବା ଅବସରରେ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।ଏହି ଅବସରରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମାଳତୀ ମହାନ୍ତି ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସହଯୋଗ ଓ ସମନ୍ୱୟରେ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ସହ ବିଦ୍ୟାଳୟର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ପ୍ରୟାସ କରିବେ ବୋଲି କହିଛନ୍ତି।ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଯୋଗଦାନ ବିଦ୍ୟାଳୟର ଶିକ୍ଷା ଓ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ନୂଆ ଦିଗ ଖୋଲିବ ବୋଲି ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଆଶା ପ୍ରକାଶ କରିଛନ୍ତି।ଏହି ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କମଳା କାନ୍ତ ପତି, ପ୍ରକାଶ କୁମାର ମିଶ୍ର, ସସ୍ମିତା ନାୟକ, ସୁଶାନ୍ତ ମହାନ୍ତ, ମାଧବାନନ୍ଦ ମହାନ୍ତ, ଜ୍ୟୋତିର୍ମୟୀ ବାରିକ, ପ୍ରୀତି ନାୟକ ପ୍ରମୁଖ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ରହି ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।

Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।