ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ସହଯୋଗୀ

News Summary

ଯାଜପୁର ବଡ଼ଚଣା ବ୍ଲକରେ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆସିଷ୍ଟାଣ୍ଟ ଇଞ୍ଜିନିୟର ବନ୍ଦିତା ଦାସ ଓ ସହଯୋଗୀ ସୋମନାଥ ସେଠୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି।

ନଜର ଓଡ଼ିଶା | Nazar Odisha
ଯାଜପୁର, ୨୮/୯: ଠିକାଦାରଙ୍କଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବଡ଼ଚଣା ବ୍ଲକରେ କାର୍ଯ୍ୟରତ ଆସିଷ୍ଟାଣ୍ଟ ଇଞ୍ଜିନିୟର ବନ୍ଦିତା ଦାସ ଏବଂ ତାଙ୍କ ସହଯୋଗୀ ସୋମନାଥ ସେଠୀ। ଏକ ଠିକା କାର୍ଯ୍ୟର ସମ୍ପୂର୍ଣ୍ଣ ବିଲ୍ ପାସ୍ କରାଇବା ପାଇଁ ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ଟିମ୍ ଉଭୟଙ୍କୁ ଧରିଥିବା ଜଣାପଡ଼ିଛି।ସୂଚନା ଅନୁସାରେ, ବଡ଼ଚଣା ବ୍ଲକ ଅଧୀନ ଏକ ବିଦ୍ୟାଳୟରେ ହୋଇଥିବା ଠିକା କାର୍ଯ୍ୟର ସମ୍ପୂର୍ଣ୍ଣ ବିଲ୍ ପ୍ରସ୍ତୁତ ଓ ପାସ୍ କରାଇବା ପାଇଁ ଆସିଷ୍ଟାଣ୍ଟ ଇଞ୍ଜିନିୟର ବନ୍ଦିତା ଦାସ ଠିକାଦାରଙ୍କୁ ୩୫ ହଜାର ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା।ଏପରିକି ଲାଞ୍ଚ ଟଙ୍କା ନଦେଲେ ସିକ୍ୟୁରିଟି ଟଙ୍କା ଏବଂ ଫାଇନାଲ ବିଲ୍ ପ୍ରଦାନ କରାଯିବ ନାହିଁ ବୋଲି ଠିକାଦାରଙ୍କୁ କୁହାଯାଇଥିବା ଅଭିଯୋଗ ରହିଛି। ଏହାପରେ ଠିକାଦାର ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ।ଅଭିଯୋଗ ଆଧାରରେ ଭିଜିଲାନ୍ସ ଟିମ୍ ପୂର୍ବ ଯୋଜନା ଅନୁଯାୟୀ ଜାଲ ବିଛାଇଥିଲା। ଠିକାଦାର ଜଣକ ବଡ଼ଚଣା ବ୍ଲକରେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀଙ୍କୁ ୩୫ ହଜାର ଟଙ୍କା ଦେଉଥିବା ସମୟରେ ଭିଜିଲାନ୍ସ ଟିମ୍ ଉଭୟଙ୍କୁ କାବୁ କରିଥିଲା।ଭିଜିଲାନ୍ସ ଟିମ୍ ନଗଦ ୩୫ ହଜାର ଟଙ୍କା ଜବତ କରିଥିବା ବେଳେ ଆସିଷ୍ଟାଣ୍ଟ ଇଞ୍ଜିନିୟର ବନ୍ଦିତା ଦାସ ଓ ତାଙ୍କ ସହଯୋଗୀ ସୋମନାଥ ସେଠୀଙ୍କୁ ହେପାଜତକୁ ନେଇଛି। ଘଟଣା ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।