ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

କୁପାରିରେ ୧୧୦ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

News Summary

ଖଇରା କୁପାରି କଲେଜ ଛକରେ ଅବକାରୀ ବିଭାଗର ଚଢ଼ାଉ; ୧୧୦ ଗ୍ରାମ ବ୍ରାଉନସୁଗାର ଜବତ, ମିତା ବେହେରା ଗିରଫ। ଜବତ ନିଶାଦ୍ରବ୍ୟର ମୂଲ୍ୟ ୧୧ ଲକ୍ଷରୁ ଅଧିକ।

ନଜର ଓଡ଼ିଶା | Nazar Odisha

ବାଲେଶ୍ୱର/ଖଇରା, ୨୯/୯: ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ କୁପାରି କଲେଜ ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୧୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହି ଘଟଣାରେ କୁପାରି କମାରସାହି ଗ୍ରାମର ମିତା ବେହେରାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।ବାଲେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ କୁପାରି କଲେଜ ଛକ ନିକଟରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ୧୧୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିଲା।ଅବକାରୀ ବିଭାଗର ସୂଚନା ଅନୁଯାୟୀ, ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୧ ଲକ୍ଷ ଟଙ୍କାରୁ ଅଧିକ ହେବ।ଏହି ଚଢ଼ାଉରେ ସୋର ଆଦର୍ଶ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଅନିତା ସାହୁ, ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା, କନେଷ୍ଟବଳ ଦେବାଶିଷ ମଲ୍ଲିକ ଓ ଶଶୀକାନ୍ତ ସାହୁଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ।ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ କେସ୍ ନଂ-୧୬୯/୨୦୨୬-୨୭ରେ ମାମଲା ରୁଜୁ କରାଯାଇଛି। ପାର୍ବଣ ସମୟରେ ଚୋରାମଦ ଓ ବ୍ରାଉନସୁଗାର ଭଳି ନିଶାଦ୍ରବ୍ୟର ବେଆଇନ କାରବାର ରୋକିବା ପାଇଁ ବାଲେଶ୍ୱର ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।