ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱଚ୍ଛ ଭାରତ ଅଭିଯାନ, ଚାରାରୋପଣ ସହ ସଚେତନତା କାର୍ଯ୍ୟକ୍ରମ
News Summary
ପିପିଳିଆ ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସେବା ସଂକଳ୍ପ ଅଭିଯାନ ଓ ଚାରାରୋପଣ କାର୍ଯ୍ୟକ୍ରମ।
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଘଟଗାଁ, ୧୮/୯: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆସ୍ଥିତ ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱଚ୍ଛ ଭାରତ ମିଶନ ଅଧୀନରେ ‘ସେବା ସଂକଳ୍ପ ଅଭିଯାନ’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଏନ୍ଏସ୍ଏସ୍ ବିଭାଗ, ରେଡକ୍ରସ୍ ଓ ଇକୋ କ୍ଲବର ମିଳିତ ସହଯୋଗରେ ଏହି ସ୍ୱଚ୍ଛତା ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ବିଦ୍ୟାଳୟର ଅଧ୍ୟକ୍ଷ ନିରାକାର ସ୍ୱାଇଁଙ୍କ ସଭାପତିତ୍ୱରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ସ୍ୱଚ୍ଛତା, ପରିବେଶ ସୁରକ୍ଷା ଓ ସାମାଜିକ ଦାୟିତ୍ୱ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯାଇଥିଲା।କାର୍ଯ୍ୟକ୍ରମରେ ଘଟଗାଁ ବ୍ଲକ ଉନ୍ନୟନ ଅଧିକାରୀ ଖଗେଶ୍ୱର ବରାଳ, ପିପିଳିଆ ଗ୍ରାମପଞ୍ଚାୟତ ସରପଞ୍ଚ ଗୋଲାପ ନାୟକ ଓ ସଭ୍ୟ ବାପୁଜୀ ନାୟକ ପ୍ରମୁଖ ଅତିଥି ଭାବେ ଯୋଗଦେଇ ସ୍ୱଚ୍ଛତା ଅଭିଯାନର ଉଦ୍ଦେଶ୍ୟ ଓ ଏହାର ଗୁରୁତ୍ୱ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ।ଏହି ଅବସରରେ ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ପରିସରରେ ଚାରାରୋପଣ କରିଥିଲେ। ଏଥିସହ ହାତରେ ବିଭିନ୍ନ ସଚେତନତାମୂଳକ ପ୍ଲାକାର୍ଡ ଧରି ସ୍ଲୋଗାନ ଦେବା ସହ ସ୍ୱଚ୍ଛତା ଓ ପରିବେଶ ସୁରକ୍ଷା ନେଇ ସମାଜକୁ ସଚେତନତାର ବାର୍ତ୍ତା ଦେଇଥିଲେ।ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ଦିଗରେ ସ୍ୱଚ୍ଛତା ଅଭିଯାନର ଗୁରୁତ୍ୱ ରହିଥିବା ଅତିଥିମାନେ କହିଥିଲେ। ଏଥିସହ ସ୍ୱଚ୍ଛତା ଓ ପରିବେଶ ସୁରକ୍ଷାକୁ ନେଇ ଚାଲିଥିବା ବିଭିନ୍ନ ଅଭିଯାନ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ପ୍ରାଧ୍ୟାପକ, ପ୍ରାଧ୍ୟାପିକା ଓ କର୍ମଚାରୀ ଉପସ୍ଥିତ ରହି ଅଭିଯାନକୁ ସଫଳ କରିବାରେ ସହଯୋଗ କରିଥିଲେ।
ନଜର ଓଡ଼ିଶା
Nazar Odisha
Subscribe to:
Post Comments (Atom)