ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

କୁକୁଡ଼ାଖଣ୍ଡିରେ ଘନଘନ ବୋମାମାଡ; ଉତ୍ତେଜନା, ୩ ଅଭିଯୁକ୍ତଙ୍କୁ କାବୁ କଲେ ଗ୍ରାମବାସୀ

News Summary

କୁକୁଡ଼ାଖଣ୍ଡିରେ ଘନଘନ ବୋମାମାଡ଼, ୩ ଅଭିଯୁକ୍ତଙ୍କୁ କାବୁ କଲେ ଗ୍ରାମବାସୀ

ନଜର ଓଡ଼ିଶା | Nazar Odisha


ବ୍ରହ୍ମପୁର, ୧୪।୯: ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳକୁ ନେଇ ବ୍ରହ୍ମପୁର ଉପକଣ୍ଠ ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ବାଉରୀ ସାହିରେ ଘନଘନ ବୋମାମାଡ଼ ହୋଇଛି। ଏହାକୁ ନେଇ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।ସୂଚନା ଅନୁସାରେ, ଆଜି ସକାଳେ କୌଣସି ଏକ କାରଣକୁ ନେଇ ହରିଜନ ସାହିରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପରେ ସନ୍ଧ୍ୟା ସମୟରେ ଗୋଟିଏ ଗୋଷ୍ଠୀର କିଛି ଯୁବକ ବାଇକ୍‌ରେ ଆସି ସାହିରେ ପ୍ରାୟ ୪ଟି ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି।ଏକାଧିକ ବାଇକ୍‌ରେ ୫ ଜଣ ଯୁବକ ସାହିରେ ପହଞ୍ଚି ବୋମାମାଡ଼ କରିବା ପରେ ଫେରାର ହେଉଥିବା ବେଳେ ଗ୍ରାମବାସୀ ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ କାବୁ କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଗ୍ରାମବାସୀଙ୍କ କବଳରୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲା।ତେବେ ଗ୍ରାମବାସୀ ଅଭିଯୁକ୍ତମାନଙ୍କୁ ଛାଡ଼ିବାକୁ ରାଜି ନହେବାରୁ ପୁଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ପକ୍ଷ ମଧ୍ୟରେ ଠେଲାପେଲା ହେବା ସହ ଉତ୍ତ୍ୟକ୍ତ ଲୋକେ ପୁଲିସ ଗାଡ଼ି ଉପରକୁ ପଥରମାଡ଼ କରିଥିବା ଜଣାପଡ଼ିଛି। ଏଥିରେ ପୁଲିସ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି।ଖବର ପାଇ ସଦର ଏସ୍‌ଡିପିଓ ଶୁଭ୍ରାଂଶୁ ଶେଖର ପରିଡ଼ା ଓ ଥାନା ଅଧିକାରୀ ସୁଚିତ୍ରା ପରିଡ଼ା ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାସୁଝା କରିଥିଲେ। ଗ୍ରାମବାସୀଙ୍କ ମାଡ଼ରେ ଆହତ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୁଲିସ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ଆହତ ଅଭିଯୁକ୍ତଙ୍କ ନାମ ସନ୍ୟାସୀ ଦାସ ବୋଲି ଜଣାପଡ଼ିଛି।ଅନ୍ୟ ଦୁଇ ଅଭିଯୁକ୍ତ ଏବେ ମଧ୍ୟ ଗ୍ରାମବାସୀଙ୍କ କବଳରେ ଥିବା ସୂଚନା ମିଳିଛି। ଘଟଣାକୁ ନେଇ କୁକୁଡ଼ାଖଣ୍ଡି ଅଞ୍ଚଳରେ ଏବେ ବି ଉତ୍ତେଜନା ଲାଗି ରହିଛି। ପୁଲିସ ପକ୍ଷରୁ ଘଟଣାର ତଦନ୍ତ କରାଯିବା ସହ ପରିସ୍ଥିତି ନିୟନ୍ତ୍ରଣ ପାଇଁ ଗ୍ରାମବାସୀଙ୍କୁ ବୁଝାସୁଝା କରାଯାଉଛି। ବୋମାମାଡ଼ ଘଟଣା ପରେ ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇ ରହିଛନ୍ତି।

Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।