ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ବାତ୍ୟା ଆଶଙ୍କାରେ ନବରଙ୍ଗପୁରରେ ବଡ଼ ପଦକ୍ଷେପ: ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍‌, ଇନ୍ଦ୍ରାବତୀରେ ଡଙ୍ଗା ଚଳାଚଳ ବନ୍ଦ

News Summary

ନବରଙ୍ଗପୁରରେ ଅବପାତକୁ ନେଇ ସତର୍କତା। ୨୩ ଓ ୨୪ରେ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍‌, ଅଙ୍ଗନବାଡ଼ି ଓ ଶିକ୍ଷା କେନ୍ଦ୍ର ବନ୍ଦ, ଇନ୍ଦ୍ରାବତୀରେ ଡଙ୍ଗା ଚଳାଚଳ ବନ୍ଦ।

ନଜର ଓଡ଼ିଶା | Nazar Odisha

ନବରଙ୍ଗପୁର, ୨୨/୯: ବଙ୍ଗୋପସାଗରରେ ସୃଷ୍ଟ ଅବପାତକୁ ନେଇ ଓଡ଼ିଶାରେ ସତର୍କତା ବଢ଼ିଛି। ସମ୍ଭାବ୍ୟ ଭାରୀରୁ ଅତି ପ୍ରବଳ ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକାଧିକ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। IMD ଅନୁସାରେ ଅବପାତଟି ୨୩ ରାତିରୁ ୨୪ ଭୋର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟରେ ଅତିକ୍ରମ କରିବାର ସମ୍ଭାବନା ରହିଛି।
ସ୍ଥିତିକୁ ନଜରରେ ରଖି ସେପ୍ଟେମ୍ବର ୨୩ ଓ ୨୪ ତାରିଖରେ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ କରାଯାଇଛି।

 ଜିଲ୍ଲାର ନବରଙ୍ଗପୁର, ତେନ୍ତୁଳିଖୁଣ୍ଟି, ନନ୍ଦାହାଣ୍ଡି, କୋଷାଗୁମୁଡ଼ା ଓ ପାପଡ଼ାହାଣ୍ଡି ବ୍ଲକ୍‌ ପାଇଁ ୫ ଜଣ ନୋଡାଲ ଅଫିସରଙ୍କୁ ମଧ୍ୟ ନିଯୁକ୍ତ କରାଯାଇଛି।ସେହିପରି ସେପ୍ଟେମ୍ବର ୨୩ ଓ ୨୪ ତାରିଖରେ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଓ ଶିକ୍ଷା କେନ୍ଦ୍ର ବନ୍ଦ ରହିବ। ତେବେ ଯେଉଁ ଶିକ୍ଷାନୁଷ୍ଠାନରେ ଅତ୍ୟାବଶ୍ୟକ ପରୀକ୍ଷା ପୂର୍ବରୁ ନିର୍ଦ୍ଧାରିତ ରହିଛି, ସେଗୁଡ଼ିକୁ ଏହି ନିଷ୍ପତ୍ତିରୁ ବାଦ ଦିଆଯାଇଛି। ଏହାସହ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଦେଶୀ ଡଙ୍ଗା ଚଳାଚଳ ଉପରେ ମଧ୍ୟ ରୋକ ଲଗାଯାଇଛି।
ଅନ୍ୟପଟେ, ବଙ୍ଗୋପସାଗରର ଅବପାତ ଧୀରେ ଧୀରେ ଶକ୍ତିଶାଳୀ ହେଉଛି। IMDର ସୂଚନା ଅନୁସାରେ ଏହା ଗୋପାଳପୁରର ପ୍ରାୟ ୨୫୦ କିଲୋମିଟର ପୂର୍ବ-ଦକ୍ଷିଣ-ପୂର୍ବରେ ଏବଂ ପୁରୀର ପ୍ରାୟ ୨୭୦ କିଲୋମିଟର ଦକ୍ଷିଣ-ପୂର୍ବରେ ରହିଥିଲା। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଗଭୀର ଅବପାତରେ ପରିଣତ ହେବା ସହ ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ ଉପକୂଳ ଅତିକ୍ରମ କରିବାର ପୂର୍ବାନୁମାନ ରହିଛି।ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଭାରୀରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। IMD ପକ୍ଷରୁ ସେପ୍ଟେମ୍ବର ୨୩ ଓ ୨୪ରେ ଅତି ପ୍ରବଳ ବର୍ଷା ପାଇଁ ସତର୍କତା ଜାରି ହୋଇଛି।ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ସହ ପବନର ପ୍ରଭାବ ବଢ଼ିପାରେ। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

ସମ୍ଭାବ୍ୟ ବର୍ଷା, ଫ୍ଲାସ୍‌ ଫ୍ଲଡ୍‌ ଓ ଭୂସ୍ଖଳନ ଭଳି ପରିସ୍ଥିତିକୁ ନଜରରେ ରଖି ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ପ୍ରଶାସନକୁ ସତର୍କ ରହିବା ସହ ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।