ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ପୁଣି ଖସିଲା ପଥର, ରାସ୍ତା ସଫା କଲା ପ୍ରଶାସନ

News Summary

ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ଦ୍ୱିତୀୟ ଥର ପଥର ଓ ମାଟି ଖସି ରାସ୍ତା ଅବରୋଧ। ଜେସିବି ଦ୍ୱାରା ରାସ୍ତା ସଫା କଲା ପ୍ରଶାସନ।

ନଜର ଓଡ଼ିଶା | Nazar Odisha

ଗଞ୍ଜାମ/ପୁରୁଷୋତ୍ତମପୁର,୨୪।୯: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ନିକଟସ୍ଥ ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ପୁଣି ପଥର ଓ ମାଟି ଖସିଛି। ଲଗାଣ ବର୍ଷା ଯୋଗୁଁ ଗତ ରାତିରେ ଦ୍ୱିତୀୟ ଥର ପାଇଁ ପାହାଡ଼ରୁ ପଥର ଓ ମାଟି ଧସି ରାସ୍ତା ନିକଟରେ ଜମା ହୋଇଥିଲା। ଫଳରେ ଯାତାୟାତ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା।ପୂର୍ବରୁ ମଧ୍ୟ ଏହି ପାହାଡ଼ରୁ ପଥର ଓ ମାଟି ଖସିଥିଲା। ସେତେବେଳେ ପ୍ରଶାସନ ପକ୍ଷରୁ ରାସ୍ତା ଉପରୁ ପଥର ଓ ମାଟି ହଟାଇ ଯାତାୟାତ ସ୍ୱାଭାବିକ କରାଯାଇଥିଲା। ତେବେ ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଥିବାରୁ ପୁଣିଥରେ ପାହାଡ଼ରୁ ବଡ଼ ପଥର ଓ ମାଟି ଖସିଥିବା ଜଣାପଡ଼ିଛି।

ଘଟଣା ସମ୍ପର୍କରେ ସୂଚନା ପାଇ ପୁରୁଷୋତ୍ତମପୁର ତହସିଲଦାର ତଥା ତାରାତାରିଣୀ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ବିନୋଦ ବେହେରା, ପୁରୁଷୋତ୍ତମପୁର ଆଇଆଇସି କୂଳମଣି ସେଠୀ, ପୂର୍ତ୍ତ ବିଭାଗ ଏସ୍‌ଡିଓ ସୁରେଶ କୁମାର ମିଶ୍ର ଓ ଜେଇ ସୋନିଆ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ।ପ୍ରଶାସନ ପକ୍ଷରୁ ଜେସିବି ମେସିନ୍‌ ନିୟୋଜିତ କରାଯାଇ ପାହାଡ଼ରୁ ଖସିଥିବା ପଥର ଓ ମାଟିକୁ ହଟାଇ ରାସ୍ତା ସଫା କରାଯାଇଛି। ବର୍ଷା ଜାରି ରହିଥିବାରୁ ପାହାଡ଼ ଅଞ୍ଚଳରେ ଅଧିକ ସତର୍କତା ଅବଲମ୍ବନ କରାଯାଉଛି।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।