ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣାରେ ଲଘୁଚାପ ବର୍ଷାର ପ୍ରଭାବ: ସୀତାସେତୁ ଉପରେ ବରଗଛ ଉପୁଡ଼ି ରାସ୍ତା ଅବରୋଧ

News Summary

ପାଟଣାରେ ଲଘୁଚାପ ବର୍ଷାରେ ବରଗଛ ଉପୁଡ଼ି ରାସ୍ତା ଅବରୋଧ, ୯ ଘର ଭାଙ୍ଗିଲା।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା:୨୫/୯,ପାଟଣା ବ୍ଲକ ଅନ୍ତର୍ଗତ ଚିନାମାଳିପଶି ପଞ୍ଚାୟତର ନୂଆପଡ଼ା-କେତାଙ୍ଗ ମଧ୍ୟବର୍ତ୍ତୀ ସୀତାସେତୁ ଉପରେ ଏକ ବଡ଼ ବରଗଛ ଲଘୁଚାପଜନିତ ବର୍ଷା ଓ ପବନରେ ଉପୁଡ଼ି ପଡ଼ିଥିଲା। ଫଳରେ ଆଜି ସକାଳୁ କପାସପଡ଼ା-ଭୀମକୁଣ୍ଡ ରାସ୍ତାରେ ଯାତ୍ରୀବାହୀ ବସ ସମେତ ଅନ୍ୟାନ୍ୟ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।ଏନେଇ ସୂଚନା ପାଇବା ପରେ ଆଜି ସନ୍ଧ୍ୟାରେ ଘଟଗାଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ଅଗ୍ନିଶମ କର୍ମଚାରୀମାନେ ଗଛଟିକୁ କାଟି ରାସ୍ତାରୁ ହଟାଇବା ପରେ ଯାତାୟାତ ସ୍ୱାଭାବିକ ହୋଇଥିବା ଜଣାପଡ଼ିଛି।ଅନ୍ୟପକ୍ଷରେ, ଗତ ୩ ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ପାଟଣା ବ୍ଲକ ଅଞ୍ଚଳରେ ମୋଟ ୯ଟି ଘର ଭାଙ୍ଗିଥିବା ସୂଚନା ମିଳିଛି। ଡୁମୁରିଆ, କେନ୍ଦେଇପଶି ଏବଂ ବଡ଼ପାଟଣା ପଞ୍ଚାୟତ ଅଞ୍ଚଳରେ ଏହି ଘରଗୁଡ଼ିକ ଭାଙ୍ଗିଥିବା ଜଣାପଡ଼ିଛି।ଘର ଭାଙ୍ଗିବା ଘଟଣା ସମ୍ପର୍କରେ ଆରଆଇମାନେ ତଦନ୍ତ କରିଥିବା ବେଳେ ତଦନ୍ତ ପରେ ପାଟଣା ତହସିଲଦାର ଅଶ୍ୱିନୀ କୁମାର ନାଏକ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।