ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ସକାଳ ୭ଟାରେ ବିଦ୍ୟାଳୟରେ ପହଞ୍ଚିଲେ ସାଂସଦ ଅନନ୍ତ ନାୟକ, ଛାତ୍ରଛାତ୍ରୀଙ୍କ ସହ କଲେ ପାଠପଢ଼ା ଆଲୋଚନା

News Summary

ନଜର ଓଡ଼ିଶା | ଓଡ଼ିଶାର ତାଜା ଖବର ଓ ନ୍ୟୁଜ୍ ପୋର୍ଟାଲ୍

ନଜର ଓଡ଼ିଶା | Nazar Odisha
କେନ୍ଦୁଝର,୧୨/୯,: କେନ୍ଦୁଝର ସାଂସଦ ଅନନ୍ତ ନାୟକ ଆଜି ଢେଙ୍କିକୋଟ ନିକଟସ୍ଥ ସାନ୍ତରାପୁର ଗ୍ରାମରେ ଥିବା ଲକ୍ଷ୍ମୀନାରାୟଣ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ସକାଳୁଆ ବିଦ୍ୟାଳୟ ଚାଲିଥିବା ସମୟରେ ସକାଳ ପ୍ରାୟ ୭ଟାରେ ସାଂସଦଙ୍କ ବିଦ୍ୟାଳୟ ପରିଦର୍ଶନ ଏବେ ଚର୍ଚ୍ଚାର ବିଷୟ ହୋଇଛି।ପରିଦର୍ଶନ ସମୟରେ ସାଂସଦ ଡ୍ରିଲ୍ କ୍ଲାସରେ ଛାତ୍ରଛାତ୍ରୀଙ୍କୁ ଭେଟି ସେମାନଙ୍କ ପାଠପଢ଼ା ଓ ଶିକ୍ଷା ସମ୍ପର୍କରେ ଆଲୋଚନା କରିଥିଲେ। ଛାତ୍ରଛାତ୍ରୀଙ୍କ ଶିକ୍ଷା ସହ କ୍ରୀଡ଼ା ଓ ଶାରୀରିକ ବିକାଶ ଉପରେ ମଧ୍ୟ ଗୁରୁତ୍ୱ ଦେଇଥିଲେ।
ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଶତପଥି ଓ କ୍ରୀଡ଼ା ଶିକ୍ଷକ ଲକ୍ଷ୍ମୀଧର ମହାନ୍ତଙ୍କ ତତ୍ତ୍ୱାବଧାନରେ ଚାଲିଥିବା ଡ୍ରିଲ୍ କ୍ଲାସ ପରିଦର୍ଶନ କରିବା ପରେ ସାଂସଦ ବିଦ୍ୟାଳୟର ସ୍ମାର୍ଟ କ୍ଲାସରୁମ୍, ଖେଳ ପଡ଼ିଆ ଓ ପରିବେଶ ବୁଲି ଦେଖିଥିଲେ।
ଏହି ସମୟରେ ପ୍ରଧାନ ଶିକ୍ଷକ ଶ୍ରୀ ଶତପଥି ବିଦ୍ୟାଳୟରେ ଲାଇବ୍ରେରୀ ରୁମ୍ ନଥିବା ସହ ଅନ୍ୟାନ୍ୟ ଆବଶ୍ୟକତା ସମ୍ପର୍କରେ ସାଂସଦଙ୍କୁ ଅବଗତ କରାଇଥିଲେ।ସକାଳ ସମୟରେ ସାଂସଦଙ୍କ ଏଭଳି ବିଦ୍ୟାଳୟ ପରିଦର୍ଶନ ଓ ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ ଆଲୋଚନା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ହୋଇଛି।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।