ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

କେନ୍ଦ୍ରାପଡ଼ା ଗସ୍ତରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ


କେନ୍ଦ୍ରାପଡ଼ା, ୦୬/୦୯: ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (କେନ୍ଦ୍ରାଞ୍ଚଳ) ଆଶୁତୋଷ ପାଇକରାୟ ରବିବାର ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ଆସି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ବିଭାଗୀୟ କାର୍ଯ୍ୟକ୍ରମ ଓ କାର୍ଯ୍ୟଧାରାର ସମୀକ୍ଷା କରିଥିଲେ।ଗସ୍ତ ସମୟରେ ଉପନିର୍ଦ୍ଦେଶକ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା ଓ ବିକାଶମୂଳକ କାର୍ଯ୍ୟକ୍ରମର ପ୍ରଭାବଶାଳୀ ପ୍ରଚାର-ପ୍ରସାର ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷକରି ସାମାଜିକ ଗଣମାଧ୍ୟମର ସୁବିନିଯୋଗ କରି ସରକାରୀ ଯୋଜନା, ଜନହିତକର ପଦକ୍ଷେପ ଓ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ଉପରେ ସେ ଗୁରୁତ୍ୱ ଦେଇଥିଲେ।ପରିଦର୍ଶନ ସମୟରେ ଆଶୁତୋଷ ପାଇକରାୟ କାର୍ଯ୍ୟାଳୟର ବିଭିନ୍ନ ରେଜିଷ୍ଟର, ଫାଇଲ ଓ ସରକାରୀ ଦସ୍ତାବିଜ ଯାଞ୍ଚ କରିଥିଲେ। ଏଥିସହ କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟକଳାପର ସମୀକ୍ଷା କରି ବିଭାଗୀୟ କାର୍ଯ୍ୟକୁ ଅଧିକ ସୁଚାରୁ ଭାବେ ପରିଚାଳନା କରିବା ଉପରେ ଆବଶ୍ୟକ ପରାମର୍ଶ ଦେଇଥିଲେ।ପ୍ରଶାସନ ଓ ସାମ୍ବାଦିକମାନଙ୍କ ମଧ୍ୟରେ ଉତ୍ତମ ଯୋଗସୂତ୍ର ରକ୍ଷା କରି ଜିଲ୍ଲାର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଓ ଜନହିତକର ପଦକ୍ଷେପର ସଠିକ୍ ତଥା ପ୍ରଭାବଶାଳୀ ପ୍ରଚାର-ପ୍ରସାର ସୁନିଶ୍ଚିତ କରିବା ଉପରେ ମଧ୍ୟ ସେ ଗୁରୁତ୍ୱ ଦେଇଥିଲେ।ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ମୋହନ ମାଝୀ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ, ବରିଷ୍ଠ ରାଜସ୍ୱ ସହାୟକ ଦିବ୍ୟରଞ୍ଜନ ବେହେରା, କ୍ଲର୍କ-କମ୍-ଲାଇବ୍ରେରିଆନ ହରପ୍ରିୟା ସାହୁ, କନିଷ୍ଠ ରାଜସ୍ୱ ସହାୟକ ମଦନ ହାଁସଦାଙ୍କ ସମେତ ରଞ୍ଜନ କୁମାର ସାହୁ ଓ ଶେଖ ନୁର ଇସଲାମ ଉପସ୍ଥିତ ଥିଲେ।

Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।