କ୍ରୀଡ଼ା ପ୍ରତିଯୋଗିତା ବେଳେ ଦୁଃଖଦ ଘଟଣା: ପୋଖରୀରେ ବୁଡ଼ି ଦଶମ ଶ୍ରେଣୀ ଛାତ୍ର ମୃତ
News Summary
ଖୋର୍ଦ୍ଧା ଜଙ୍କିଆରେ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ବେଳେ ଦଶମ ଶ୍ରେଣୀ ଛାତ୍ର ଅର୍ଣ୍ଣବ ସାହୁ ପୋଖରୀରେ ବୁଡ଼ି ମୃତ। ପୁଲିସର ତଦନ୍ତ ଆରମ୍ଭ।
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
ଖୋର୍ଦ୍ଧା, ୨୯/୦୯: ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଭାଗ ନେବାକୁ ଆସିଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ମୃତ ଛାତ୍ର ହେଲେ ବାଲିପାଟଣା ବ୍ଲକ ଅନ୍ତର୍ଗତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ଅର୍ଣ୍ଣବ ସାହୁ। ଏହି ଦୁଃଖଦ ଘଟଣା ଜଙ୍କିଆ ଥାନା ଅନ୍ତର୍ଗତ ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଜଙ୍କିଆରେ ଆୟୋଜିତ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଭାଗ ନେବା ପାଇଁ ଅର୍ଣ୍ଣବ ଅନ୍ୟ ଛାତ୍ରଛାତ୍ରୀଙ୍କ ସହ ନରଣଗଡ଼କୁ ଆସିଥିଲେ।
ତେବେ ବିଦ୍ୟାଳୟ ନିକଟସ୍ଥ ଏକ ପୋଖରୀରେ ସେ ବୁଡ଼ିଯାଇଥିବା ଜଣାପଡ଼ିଛି।ଘଟଣା ପରେ ଅର୍ଣ୍ଣବଙ୍କୁ ଉଦ୍ଧାର କରାଯାଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଛାତ୍ରଙ୍କ ମୃତ୍ୟୁ ଖବର ପ୍ରଚାର ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ଏହି ଘଟଣାକୁ ନେଇ ମୃତ ଛାତ୍ରଙ୍କ ପରିବାର ପକ୍ଷରୁ ଶିକ୍ଷା ବିଭାଗକୁ ଦାୟୀ କରାଯାଇଛି। ତେବେ ଘଟଣାର ପ୍ରକୃତ କାରଣ ଓ ସମ୍ପୂର୍ଣ୍ଣ ଘଟଣାକ୍ରମ ତଦନ୍ତ ପରେ ସ୍ପଷ୍ଟ ହେବ।ଖବର ପାଇ ଜଙ୍କିଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଛାତ୍ରଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ଦିଗରୁ ତଦନ୍ତ କରାଯାଉଛି।
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
Subscribe to:
Post Comments (Atom)
Latest News
ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।