ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ
News Summary
ଅନୁଗୋଳ ବଅଁରପାଳ ବ୍ଲକର ବିଭିନ୍ନ ଗ୍ରାମରେ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ। ବାଲ୍ୟ ବିବାହ, ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା ଓ ଶିଶୁ ଶ୍ରମ ବିରୋଧରେ ସଚେତନତା।
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
ଅନୁଗୋଳ:୧୨/୯,ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ କଲଣ୍ଡାପାଳ, ରାମିମୁଣ୍ଡା, ଅରାହାଟ, ବଉଳିଗୋଡ ଓ କଙ୍କିନାଲୀ ଗ୍ରାମରେ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି।ବିଶ୍ୱ ଯୁବ କେନ୍ଦ୍ର, ବଣୀନାଳୀ, ଅନୁଗୋଳ ଦ୍ୱାରା ପରିଚାଳିତ ‘ଜଷ୍ଟ ରାଇଟ୍ ଫର୍ ଚିଲଡ୍ରେନ୍’ କାର୍ଯ୍ୟକ୍ରମ ଅଧୀନରେ ଏହି ବୈଠକ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ନାଏବ ସରପଞ୍ଚ, ୱାର୍ଡମେମ୍ବର, ଅଙ୍ଗନୱାଡି କର୍ମୀ, ଆଶା କର୍ମୀ ଓ କିଶୋରୀମାନେ ଉପସ୍ଥିତ ଥିଲେ।
ବୈଠକରେ ଶିଶୁମାନଙ୍କ ଅଧିକାର ଓ ସୁରକ୍ଷା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ବିଶେଷକରି ବାଲ୍ୟ ବିବାହ, ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମ ଏବଂ ଶିଶୁମାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଥିବା କାର୍ଯ୍ୟରେ ନିୟୋଜନ ଭଳି ସମସ୍ୟାର ଭୟାବହତା ଉପରେ ସଚେତନ କରାଯାଇଥିଲା।
ଏଥିସହ ବାଲ୍ୟ ବିବାହ ଓ ଶିଶୁଙ୍କୁ ଶ୍ରମରେ ନିୟୋଜିତ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଭାରତୀୟ ଆଇନ ଅନୁଯାୟୀ ରହିଥିବା ଦଣ୍ଡବିଧାନ ଓ ନିୟମାବଳୀ ସମ୍ପର୍କରେ ଆଲୋଚନା କରାଯାଇଥିଲା। ପ୍ରତ୍ୟେକ ଶିଶୁର ଚାରୋଟି ପ୍ରାଥମିକ ଅଧିକାର ସମ୍ପର୍କରେ ମଧ୍ୟ ଅବଗତ କରାଯାଇଥିଲା।ବିଶ୍ୱ ଯୁବ କେନ୍ଦ୍ରର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁଙ୍କ ତତ୍ତ୍ୱାବଧାନରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ଏହି ସଭା ପରିଚାଳନା କରିଥିଲେ।
ନଜର ଓଡ଼ିଶା
Nazar Odisha
Subscribe to:
Post Comments (Atom)