ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣା କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ

News Summary

ପାଟଣାରେ ସୁରଭି ୨୦୨୬ ଅନୁଷ୍ଠିତ। ବିଭିନ୍ନ ପ୍ରତିଯୋଗିତାରେ ଛାତ୍ରଛାତ୍ରୀଙ୍କ ପ୍ରତିଭା ପ୍ରଦର୍ଶନ। ପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଥମ ହୋଇ ବ୍ଲକସ୍ତରକୁ ଯୋଗ୍ୟ।

ନଜର ଓଡ଼ିଶା | Nazar Odisha

କେନ୍ଦୁଝର/ପାଟଣା,୨୯/୯: ପାଟଣା କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଆନନ୍ଦର ସହ ଅନୁଷ୍ଠିତ ହୋଇଯାଇଛି। ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଫିତା କାଟି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଆୟୋଜିତ ସଭାରେ ପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ମାଳତୀ ମହାନ୍ତି ସଭାପତିତ୍ୱ କରିଥିଲେ। ସମ୍ମାନିତ ଅତିଥି ଭାବେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପାର୍ଥସାରଥୀ ବେଜ୍ ଓ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ସମ୍ପାଦକ କମଳାକାନ୍ତ ପତି ଯୋଗଦେଇଥିଲେ।ବିଚାରକ ଭାବେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଗୁରୁମା ଶୋଭାଶ୍ରୀ ଷଡ଼ଙ୍ଗୀ ଓ ଦିପ୍ତିମୟୀ ବାରିକ ଯୋଗଦେଇଥିଲେ। ଏହି ଅବସରରେ ବକ୍ତାମାନେ ସୁରଭି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ ଓ ପ୍ରଦର୍ଶନ ପାଇଁ ଏକ ବଳିଷ୍ଠ ମାଧ୍ୟମ ବୋଲି ମତପ୍ରକାଶ କରିଥିଲେ।କାର୍ଯ୍ୟକ୍ରମରେ ଚିତ୍ରାଙ୍କନ, କୁଇଜ୍‌, ଡିବେଟ୍‌, ଶିଳ୍ପକଳା, ମଧ୍ୟାହ୍ନ ଭୋଜନ, ପ୍ରବନ୍ଧ ଲେଖନ ଆଦି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିସହ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।ପ୍ରତିଯୋଗିତାରେ ପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରି ବ୍ଲକସ୍ତରୀୟ ପ୍ରତିଯୋଗିତା ପାଇଁ ଯୋଗ୍ୟ ବିବେଚିତ ହୋଇଛି। ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଦ୍ୱିତୀୟ ଏବଂ ଗୋପୀନାଥ ନାରାୟଣ ଉଚ୍ଚ ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଥିଲେ। କୃତୀ ଛାତ୍ରଛାତ୍ରୀଙ୍କୁ ଶେଷରେ ପୁରସ୍କୃତ କରାଯାଇଥିଲା।କ୍ଲଷ୍ଟର ସଂଯୋଜକ ଜ୍ୟୋତିର୍ମୟ ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏଥିରେ ପ୍ରକାଶ କୁମାର ମିଶ୍ର, ସୁଶାନ୍ତ ମହାନ୍ତ, ସସ୍ମିତା ନାୟକ, ଚନ୍ଦ୍ରାବତୀ ନାଏକ, ଦିପ୍ତିମାୟୀ ସାହୁ, ଗୀତାଞ୍ଜଳୀ ଦାଶ, ଜ୍ୟୋତିର୍ମୟୀ ବାରିକ, ପ୍ରିତିମୟୀ ନାଏକ, ସୁଶାନ୍ତ କୁମାର ମହାନ୍ତ, ମାଧବାନନ୍ଦ ମହାନ୍ତ, ମଧୁସ୍ମିତା ମହାନ୍ତ ପ୍ରମୁଖ ଶିକ୍ଷକ-ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ଶେଷରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।