ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ଆନନ୍ଦପୁରରେ ବଜ୍ରପାତରେ ୨ ମୃତ: ଚାଷଜମିରେ ଯୁବକ, ବାଡ଼ିକୁ ଯାଉଥିବା ବେଳେ ମହିଳାଙ୍କ ମୃତ୍ୟୁ

News Summary

ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ। ଚାଷଜମିରେ କାମ କରୁଥିବା ଯୁବକ ଓ ବାଡ଼ିକୁ ଯାଉଥିବା ମହିଳା ବଜ୍ରପାତର ଶିକାର।

ନଜର ଓଡ଼ିଶା | Nazar Odisha

କେନ୍ଦୁଝର/ଆନନ୍ଦପୁର,୧୬/୯: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି ପରିବାରର ଦୁଇ ଜଣଙ୍କ ଜୀବନ ଚାଲିଯିବା ପରେ ସମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ପଦମପୁର ପଞ୍ଚାୟତ ଅନ୍ତର୍ଗତ ପଣ୍ଡା ସାହିର ଲିପୁ ସାହୁ (୧୯) ଚାଷଜମିରେ କାମ କରୁଥିବା ସମୟରେ ହଠାତ୍ ବଜ୍ରପାତର ଶିକାର ହୋଇଥିଲେ। ବଜ୍ରପାତ ଯୋଗୁଁ ସେ ଗୁରୁତର ହୋଇ ଘଟଣାସ୍ଥଳରେ ଅଚେତ ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ତୁରନ୍ତ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ।ସେହିପରି କଣ୍ଟିପାଳ ପଞ୍ଚାୟତ ଅଞ୍ଚଳର ସବିତା ବାରିକ (୫୦) ନିଜ ବାଡ଼ିକୁ ଯାଉଥିବା ସମୟରେ ବଜ୍ରପାତର ଶିକାର ହୋଇଥିଲେ। ପରିବାର ଓ ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ମଧ୍ୟ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା।ଚିକିତ୍ସାଳୟରେ ଡାକ୍ତର ଉଭୟ ଲିପୁ ସାହୁ ଓ ସବିତା ବାରିକଙ୍କୁ ପରୀକ୍ଷା କରି ମୃତ ଘୋଷଣା କରିଥିଲେ।ଏହି ଘଟଣା ପରେ ଦୁଇ ମୃତକଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଥିବା ବେଳେ ସମ୍ପୃକ୍ତ ଅଞ୍ଚଳରେ ମଧ୍ୟ ଶୋକ ପ୍ରକାଶ ପାଇଛି।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।