ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ଢେଙ୍କିକୋଟରେ ଜିଲ୍ଲା ସ୍ତରୀୟ ଚେସ ଓ ଯୋଗ ପ୍ରତିଯୋଗିତା: ରାଜ୍ୟସ୍ତରକୁ ମନୋନୀତ ହେଲେ ଚେସ ବିଜେତା

News Summary

କେନ୍ଦୁଝର ଢେଙ୍କିକୋଟରେ ଜିଲ୍ଲାସ୍ତରୀୟ ଚେସ ଓ ଯୋଗ ପ୍ରତିଯୋଗିତା। ବିଭିନ୍ନ ବର୍ଗରେ ବିଜେତା ଘୋଷିତ, ଚେସ ବିଜେତା ରାଜ୍ୟସ୍ତରକୁ ମନୋନୀତ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଢେଙ୍କିକୋଟ, ୨୬/୯: ସ୍କୁଲ ଗେମ୍ସ ଫେଡେରେସନ ଅଫ୍ ଇଣ୍ଡିଆ ପକ୍ଷରୁ ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟସ୍ତରୀୟ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ ହେଉଛି। ଏହି କ୍ରମରେ କେନ୍ଦୁଝର ଜିଲ୍ଲାର ଢେଙ୍କିକୋଟସ୍ଥିତ ସତ୍ୟନାରାୟଣ ବିଦ୍ୟାପୀଠ ପରିସରରେ ଜିଲ୍ଲା ସ୍ତରୀୟ ଚେସ ଓ ଯୋଗ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ୧୭ ବର୍ଷରୁ କମ୍ ଚେସ ବାଳକ ବର୍ଗରେ ଟିକିରା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ଆଶୁତୋଷ ଖୁଣ୍ଟିଆ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବାଳିକା ବର୍ଗରେ ସୁଆଁପଦା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଦେବପ୍ରିୟଦର୍ଶିନୀ ନାଏକ ପ୍ରଥମ ହୋଇଛନ୍ତି।ସେହିପରି ୧୭ ବର୍ଷରୁ କମ୍ ଯୋଗ ବାଳକ ବର୍ଗରେ ପଦ୍ମପୁର ଉଚ୍ଚ ବିଦ୍ୟାଳୟର ବିଜୟ କୁମାର ପାତ୍ର ଏବଂ ବାଳିକା ବର୍ଗରେ ପଳାସପଙ୍ଗା ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟର ସ୍ୱାତୀ ମୁଣ୍ଡା ପ୍ରଥମ ସ୍ଥାନ ହାସଲ କରିଛନ୍ତି।୧୪ ବର୍ଷରୁ କମ୍ ଯୋଗ ବାଳକ ବର୍ଗରେ କଳିଙ୍ଗା ଧବଳେଶ୍ୱର ଉଚ୍ଚ ବିଦ୍ୟାଳୟର ଛାତ୍ର ମନିହେଶ ମହାନ୍ତ ଏବଂ ବାଳିକା ବର୍ଗରେ ପଳାସପଙ୍ଗା ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟର ମାଳତୀ ମାଝୀ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।ଚେସ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିବା ଆଶୁତୋଷ ଖୁଣ୍ଟିଆ ଓ ଦେବପ୍ରିୟଦର୍ଶିନୀ ନାଏକ ଆଗାମୀ ରାଜ୍ୟସ୍ତରୀୟ ଚେସ ପ୍ରତିଯୋଗିତାରେ କେନ୍ଦୁଝର ଜିଲ୍ଲାର ପ୍ରତିନିଧିତ୍ୱ କରିବେ।ଉଦଘାଟନ ଓ ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାଂସଦ ଅନନ୍ତ ନାୟକଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ସାଂସଦ ପ୍ରତିନିଧି ଅଖିଳ ପାତ୍ର, ମୁଖ୍ୟବକ୍ତା ଭାବେ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଭ୍ରମର ବର ମଲ୍ଲିକ, ମଣ୍ଡଳ ସଭାପତି ରଞ୍ଜିତ ନାୟକ, ରାମଚନ୍ଦ୍ର ସାହୁ, କୃଷ୍ଣଚନ୍ଦ୍ର ବାରିକ, ସାମ୍ବାଦିକ ନୃସିଂହନାଥ ସିଂହ ଓ ନୀଳମଣି ମଣ୍ଡଳ ପ୍ରମୁଖ ଉପସ୍ଥିତ ଥିଲେ।ସତ୍ୟନାରାୟଣ ବିଦ୍ୟାପୀଠର ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ରାଣୀ ପଣ୍ଡା ଓ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରାମକୃଷ୍ଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରତିଯୋଗିତା ପରିଚାଳିତ ହୋଇଥିଲା। ସଞ୍ଜୟ କୁମାର ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।ବିଦ୍ୟାପୀଠର ବରିଷ୍ଠ ଶିକ୍ଷୟିତ୍ରୀ ସ୍ୱର୍ଣ୍ଣଲତା ସାହୁ, ଦୀପାଞ୍ଜଳି ସେଠୀ, ଲମ୍ବୋଦର ନାୟକ, ବନଲତା ଚାନ୍ଦ, ରଞ୍ଜିତା ମୁର୍ମୁ, ଦୀନବନ୍ଧୁ ପଣ୍ଡା, ମଦନ ମୋହନ ମହାନ୍ତ, କ୍ରୀଡ଼ା ଶିକ୍ଷକ ପ୍ରଶାନ୍ତ କୁମାର ମହାନ୍ତି ଓ ମଧୁସ୍ମିତା ମହାପାତ୍ର ପ୍ରମୁଖ ପ୍ରତିଯୋଗିତା ପରିଚାଳନାରେ ସହଯୋଗ କରିଥିଲେ।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।