ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣା ବ୍ଲକରେ ‘ସଫେଇ ମିତ୍ର ସୁରକ୍ଷା ଓ ସମ୍ମାନ’ ଶିବିର, ସୁରକ୍ଷା କିଟ୍ ପ୍ରଦାନ

News Summary

ପାଟଣା ବ୍ଲକ ସଭାଗୃହରେ ‘ସଫେଇ ମିତ୍ର ସୁରକ୍ଷା ଓ ସମ୍ମାନ’ ଶିବିର ଅନୁଷ୍ଠିତ। ସଫେଇ ମିତ୍ରମାନଙ୍କୁ ସୁରକ୍ଷା କିଟ୍ ପ୍ରଦାନ ସହ ସ୍ୱଚ୍ଛତା ଓ ସୁରକ୍ଷା ନେଇ ସଚେତନତା।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୩୦/୯: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ସଭାଗୃହରେ ‘ସଫେଇ ମିତ୍ର ସୁରକ୍ଷା ଓ ସମ୍ମାନ’ ଶିବିର ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଏହି ଶିବିର ଆୟୋଜିତ ହୋଇଥିଲା।
କାର୍ଯ୍ୟକ୍ରମରେ ସଫେଇ ମିତ୍ରମାନଙ୍କ ସୁରକ୍ଷା, ସ୍ୱାସ୍ଥ୍ୟ ପରୀକ୍ଷା ଓ ସମ୍ମାନ ଉପରେ ଆଲୋଚନା କରାଯାଇଥିଲା। ସଫେଇ କାର୍ଯ୍ୟ ସମୟରେ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ସହ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବାକୁ ସଫେଇ ମିତ୍ରମାନଙ୍କୁ ସଚେତନ କରାଯାଇଥିଲା।ଏହି ଅବସରରେ ସେବା, ସ୍ୱଚ୍ଛତା ଓ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। ଏଥିସହ ସ୍ୱଚ୍ଛ ଓ ସୁନ୍ଦର ଗାଁ ଗଢ଼ିବା ପାଇଁ ଉପସ୍ଥିତ ସମସ୍ତେ ସଂକଳ୍ପ ନେଇଥିଲେ।ଶିବିରରେ ପାଟଣା ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଅବସରରେ ବିଡିଓ ମାନସ କୁମାର ଦଣ୍ଡପାଟ ଏବଂ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଆୟୁଷ ଡାକ୍ତର ପାର୍ଥସାରଥୀ ଦାଶ ସଫେଇ ମିତ୍ରମାନଙ୍କୁ ସୁରକ୍ଷା କିଟ୍ ପ୍ରଦାନ କରିଥିଲେ।ସଫେଇ ମିତ୍ରମାନଙ୍କ ସୁରକ୍ଷା, ସ୍ୱାସ୍ଥ୍ୟ ଓ ସମ୍ମାନକୁ ଗୁରୁତ୍ୱ ଦେଇ ଆୟୋଜିତ ଏହି ଶିବିର ସ୍ୱଚ୍ଛତା ଅଭିଯାନକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମତ ପ୍ରକାଶ ପାଇଥିଲା।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।