ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ସମ୍ବଲପୁର ଫ୍ୟାକ୍ଟ୍ରି ଓ ବଏଲର ସହକାରୀ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍

News Summary

ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ: ଉମାକାନ୍ତଙ୍କ ୭ ଠିକଣାରେ ଭିଜିଲାନ୍ସ ଚଢ଼ାଉ।

ନଜର ଓଡ଼ିଶା | Nazar Odisha
ସମ୍ବଲପୁର:୨୯/୯,ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଫ୍ୟାକ୍ଟ୍ରି ଓ ବଏଲର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ଜାରି ରହିଛି। ସମ୍ବଲପୁର ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ସମ୍ବଲପୁର, ଭୁବନେଶ୍ୱର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ମୋଟ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଉଛି।
ଭିଜିଲାନ୍ସର ଏହି ସର୍ଚ୍ଚ ଅପରେସନ୍‌ରେ ୮ ଜଣ DSP, ୧୧ ଜଣ ଇନ୍ସପେକ୍ଟର ଏବଂ ୧୧ ଜଣ ASI ସାମିଲ ହୋଇଛନ୍ତି। ଅଧିକାରୀଙ୍କ ସମ୍ପତ୍ତି ଓ ଆୟର ଉତ୍ସ ସମ୍ପର୍କରେ ଯାଞ୍ଚ ସହ ତଥ୍ୟ ଓ ଦସ୍ତାବିଜ୍‌ ଯାଞ୍ଚ କରାଯାଉଛି।ସୂଚନା ଅନୁସାରେ, ଉମାକାନ୍ତ ସାମନ୍ତରାୟଙ୍କ ସମ୍ବଲପୁର ଧନକଉଡ଼ାସ୍ଥିତ ସନ୍ ସିଟି ଆପାର୍ଟମେଣ୍ଟର ଫ୍ଲାଟ୍‌, ଭୁବନେଶ୍ୱର ନନ୍ଦନ ବିହାରସ୍ଥିତ ଡୁପ୍ଲେକ୍ସ ଏବଂ ଜଟଣୀ ବାରକୁଦ ଅଞ୍ଚଳରେ ଥିବା କୋଠାରେ ଚଢ଼ାଉ ଚାଲିଛି।ସେହିପରି ପୁରୀ ବାଲିଗୁଆଳିରେ ଥିବା ୩ ମହଲା କୋଠା, ବାଲୁଗାଁରେ ଥିବା ଦୁଇଟି ୨ ମହଲା କୋଠା ଏବଂ ସମ୍ବଲପୁର କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଯାଞ୍ଚ ଜାରି ରହିଛି।ଚଢ଼ାଉ ସମୟରେ ମିଳୁଥିବା ସମ୍ପତ୍ତି, ଦସ୍ତାବିଜ୍‌ ଓ ଅନ୍ୟାନ୍ୟ ତଥ୍ୟର ଆକଳନ କରାଯାଉଛି। ଭିଜିଲାନ୍ସ ଟିମ୍‌ ପକ୍ଷରୁ କଥିତ ଆୟ ବହିର୍ଭୂତ ସମ୍ପତ୍ତିର ମୂଲ୍ୟାଙ୍କନ ପ୍ରକ୍ରିୟା ଜାରି ରହିଛି। ଚଢ଼ାଉ ଶେଷ ହେବା ପରେ ମୋଟ ସମ୍ପତ୍ତି ଓ ଯାଞ୍ଚରୁ ମିଳିଥିବା ତଥ୍ୟ ସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିପାରେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।