ପାଟଣା ଓ ଢେଙ୍କିକୋଟ ଶିଶୁ ବିଦ୍ୟା ମନ୍ଦିରରେ ସାମୂହିକ ବନ୍ଦେ ମାତରମ୍ ଗାନ
News Summary
ପାଟଣା ଓ ଢେଙ୍କିକୋଟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବନ୍ଦେ ମାତରମ୍ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ସାମୂହିକ ବନ୍ଦେ ମାତରମ୍ ଗାନ ଓ ସଭା ଅନୁଷ୍ଠିତ।
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୨୫/୯: ବନ୍ଦେ ମାତରମ୍ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ପାଟଣା ଓ ଢେଙ୍କିକୋଟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୂହିକ ବନ୍ଦେ ମାତରମ୍ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ପାଟଣା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶୁକ୍ରବାର ପୂର୍ବାହ୍ନ ୧୧ଟା ସମୟରେ ଛାତ୍ରଛାତ୍ରୀ, ଗୁରୁଜୀ ଓ ଅନ୍ୟମାନଙ୍କ ଉପସ୍ଥିତିରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଥିଲା। ଏହାପରେ ବିଦ୍ୟାଳୟ ସଭାଗୃହରେ ବନ୍ଦେ ମାତରମ୍ ସଙ୍ଗୀତ ଉପରେ ଏକ ସଭା ଅନୁଷ୍ଠିତ ହୋଇଥିଲା।ପରିଚାଳନା କମିଟି ସଭାପତି ବ୍ରଜେନ୍ଦ୍ର କୁମାର ପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ବଡ଼ପାଟଣା ସରପଞ୍ଚ ବିନତି ବାନାରା ମୁଖ୍ୟ ଅତିଥି, ବୀର କିଶୋର ଦାଶ ମୁଖ୍ୟ ବକ୍ତା ଏବଂ ପରିଚାଳନା କମିଟି ସଦସ୍ୟା ମାମିନା ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଗଣେଶ୍ୱର କର କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ସଭାପତି ବ୍ରଜେନ୍ଦ୍ର କୁମାର ପତି ଧନ୍ୟବାଦ ଅର୍ପଣ କରିଥିଲେ।
ସେହିପରି ଢେଙ୍କିକୋଟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମଧ୍ୟ ସାମୂହିକ ବନ୍ଦେ ମାତରମ୍ ଗାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପ୍ରଧାନ ଆଚାର୍ଯ୍ୟ ଲୋକନାଥ ମହାନ୍ତ, ଗୁରୁଜୀ ବୈଲୋଚନ ରାଉତ ଓ ରଞ୍ଜିତା କର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ନଜର ଓଡ଼ିଶା
Nazar Odisha
Subscribe to:
Post Comments (Atom)