ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ଖଇରାରେ ଅବକାରୀ ଚଢ଼ାଉ: ୮୦ ଲିଟର ଦେଶୀ ମଦ ଜବତ, ୩ ଗିରଫ

News Summary

ଖଇରାରେ ଅବକାରୀ ବିଭାଗର ଚଢ଼ାଉ। ୮୦ ଲିଟର ଦେଶୀ ମଦ ଜବତ ସହ ୩ ଜଣ ଗିରଫ। ୩ଟି ମାମଲା ରୁଜୁ, ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ।

ନଜର ଓଡ଼ିଶା | Nazar Odisha

ବାଲେଶ୍ୱର/ଖଇରା,୧୬/୯: ବାଲେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ପକ୍ଷରୁ ବେଆଇନ ଦେଶୀ ମଦ କାରବାର ବିରୋଧରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୮୦ ଲିଟର ଦେଶୀ ମଦ ଜବତ ହେବା ସହ ୩ ଜଣଙ୍କୁ ଗିରଫ କରାଯାଇଛି।ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲଙ୍କ ନେତୃତ୍ୱରେ ଅବକାରୀ ବିଭାଗର ସ୍ୱତନ୍ତ୍ର ଟିମ୍ ଖଇରା ଥାନା ଅନ୍ତର୍ଗତ ଗଣ୍ଡିବେଡ଼ ବଜାର, ଶୁଣ୍ଢୀରା ବଜାର ଓ ବ୍ରାହ୍ମଣପୋଖରୀ ଛକ ନିକଟରେ ଚଢ଼ାଉ କରିଥିଲା।ଏହି ଚଢ଼ାଉ ସମୟରେ ଶୁଣ୍ଢୀରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ବାରିକ, ଅଚ୍ୟୁତପୁର ଗ୍ରାମର ରମେଶ ଚନ୍ଦ୍ର ସାହୁ ଓ ଗନ୍ଧାଳୀ ଗ୍ରାମର ମଣ୍ଟୁ ମୁଖୀଙ୍କୁ ଗିରଫ କରାଯାଇଛି। ପରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।ଅବକାରୀ ବିଭାଗର ସୂଚନା ଅନୁସାରେ, ଜବତ ହୋଇଥିବା ଦେଶୀ ମଦର ଆନୁମାନିକ ମୂଲ୍ୟ ୨୦ ହଜାର ଟଙ୍କାରୁ ଅଧିକ ହେବ। ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୩ଟି ମାମଲା ରୁଜୁ କରାଯାଇଛି।ଚଢ଼ାଉରେ ଖଇରା ଅବକାରୀ ଥାନାର ସହ-ଉପନିରୀକ୍ଷକ ଦୀପିକା ପରିଡ଼ା, କନେଷ୍ଟବଳ ଦେବାଶିଷ ମଲ୍ଲିକଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।