ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣା ବ୍ଲକରେ ସେବା ସଂକଳ୍ପ ଅଭିଯାନ

News Summary

ପାଟଣା ବ୍ଲକରେ ସେବା ସଂକଳ୍ପ ଅଭିଯାନ; ଆବେଦନ-ଅଭିଯୋଗ ଗ୍ରହଣ ସହ ନିଃଶୁଳ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ଆଧାର ସଂଶୋଧନ।

ନଜର ଓଡ଼ିଶା | Nazar Odisha

କେନ୍ଦୁଝର/ପାଟଣା, ୨୪/୯: ରାଜ୍ୟ ସରକାରଙ୍କ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ଆସନ୍ତା ୧୭ ସେପ୍ଟେମ୍ବରରୁ ୧୨ ଅକ୍ଟୋବର ପର୍ଯ୍ୟନ୍ତ ପାଟଣା ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ସେବା ସଂକଳ୍ପ ଅଭିଯାନ ଆୟୋଜନ କରାଯିବାକୁ ବ୍ଲକ ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି।ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ଆଜି ମୁଷାଖୋରୀ ଓ ମିରିଗିଖୋଜି ପଞ୍ଚାୟତ ପାଇଁ ସେବା ସଂକଳ୍ପ ଅଭିଯାନ ପାଟଣା ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ।ଶିବିରରେ ବ୍ଲକ ପ୍ରଶାସନ ସହ ରାଜସ୍ୱ ବିଭାଗ, ସମନ୍ୱିତ ଶିଶୁ ବିକାଶ ବିଭାଗ, ଗଣଶିକ୍ଷା ବିଭାଗ, ଶ୍ରମ ବିଭାଗ, କୃଷି ବିଭାଗ, ଉଦ୍ୟାନ ବିଭାଗ, ପ୍ରଧାନମନ୍ତ୍ରୀ ଆବାସ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, ଅନୁସୂଚିତ ଜାତି ଓ ଜନଜାତି ବିଭାଗ, ଭିବି ଜି ରାମଜୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବନ ବିଭାଗ ଏବଂ ପ୍ରାଣୀ ଚିକିତ୍ସା ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।ମୁଷାଖୋରୀ ଓ ମିରିଗିଖୋଜି ପଞ୍ଚାୟତରୁ ଆସିଥିବା ଲୋକଙ୍କ ବିଭିନ୍ନ ଆବେଦନ ଓ ଅଭିଯୋଗ ଗ୍ରହଣ କରାଯିବା ସହ ସମସ୍ୟାଗୁଡ଼ିକର ସମାଧାନ ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଥିଲା।ଏହି ଅବସରରେ ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ସହ ଅତିରିକ୍ତ ତହସିଲଦାର ରବିଶଙ୍କର ହେମ୍ବ୍ରମ, ଏବିଇଓ ସଚ୍ଚିଦାନନ୍ଦ ସେଠୀ ଓ ପ୍ରକାଶ କୁମାର ରାୟ, ଯୋଗାଣ ନିରୀକ୍ଷକ ଦିବ୍ୟ ରାଜ ଭୋଇ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅଭୟ ଚରଣ ଦେହୁରୀ, ଗ୍ରାମ୍ୟ ଆବାସ ସଂଯୋଜକ ସୁରେନ୍ଦ୍ର ଖଣ୍ଡା, ସହକାରୀ ଶ୍ରମ ଅଧିକାରୀ ଅମରେଶ କର, ଆଇସିଡିଏସ ପରିଦର୍ଶିକା, ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଶିବିରକୁ ଆସିଥିବା ବ୍ୟକ୍ତିମାନଙ୍କ ପାଇଁ ନିଃଶୁଳ୍କ ରକ୍ତ ପରୀକ୍ଷା, ମଧୁମେହ ପରୀକ୍ଷା ଏବଂ ହିମୋଗ୍ଲୋବିନ ପରୀକ୍ଷାର ବ୍ୟବସ୍ଥା କରାଯାଇଥିଲା। ଏଥିସହ ଆଧାର କାର୍ଡ ସଂଶୋଧନ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।