ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ପଲାଣଘାଟିରେ କ୍ଲଷ୍ଟରସ୍ତରୀୟ ସୁରଭି-୨୦୨୬

News Summary

ପାଟଣା ଚିନାମାଳିପଶି କ୍ଲଷ୍ଟରର ପଲାଣଘାଟିରେ ସୁରଭି-୨୦୨୬ ଶିଶୁ ମହୋତ୍ସବ ଅନୁଷ୍ଠିତ। ୧୮ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ନିଜ ପ୍ରତିଭା ଦେଖାଇଲେ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୨୯/୯: ପାଟଣା ବ୍ଲକ ଚିନାମାଳିପଶି କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ପଲାଣଘାଟି ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉତ୍ସବମୁଖର ପରିବେଶରେ ଅନୁଷ୍ଠିତ ହୋଇଯାଇଛି।ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିଭୂତି ଭୂଷଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିଶୁ ମହୋତ୍ସବରେ ଚିନାମାଳିପଶି କ୍ଲଷ୍ଟର ଅଧୀନସ୍ଥ ୧୫ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମେତ ୩ଟି ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇଥିଲେ।ଏହି ଅବସରରେ ଛାତ୍ରଛାତ୍ରୀମାନେ ଚିତ୍ରାଙ୍କନ, ସୃଜନଶୀଳ ଲିଖନ, ଗୀତ, ନୃତ୍ୟ, ଅଭିନୟ, ବକ୍ତୃତା ଓ କୁଇଜ୍‌ ସମେତ ବିଭିନ୍ନ ପ୍ରତିଯୋଗିତାରେ ନିଜର ସୃଜନଶୀଳ ପ୍ରତିଭା ପ୍ରଦର୍ଶନ କରିଥିଲେ।ଶିଶୁମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ କରିବା ସହ ସେମାନଙ୍କୁ ନିଜ ପ୍ରତିଭା ପ୍ରଦର୍ଶନ ପାଇଁ ଏକ ସୁନ୍ଦର ମଞ୍ଚ ଯୋଗାଇଦେବା ଏହି ମହୋତ୍ସବର ମୁଖ୍ୟ ଉଦ୍ଦେଶ୍ୟ ଥିଲା।ଉଦ୍‌ଘାଟନୀ ସମାରୋହରେ ପାଟଣା ବ୍ଲକର ଅତିରିକ୍ତ ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏଥିସହ ଗୌର ଚନ୍ଦ୍ର ମହାନ୍ତ, ରାଉତ ମୁଣ୍ଡା, ମହେଶ୍ୱର ମହାନ୍ତ, ପ୍ରଫୁଲ୍ଲ ଚନ୍ଦ୍ର ନାୟକ, ରମେଶ ଚନ୍ଦ୍ର ମହାନ୍ତ, ହିମାଂଶୁ ଶେଖର ମହାନ୍ତ, କନକଲତା ମହାନ୍ତ ଓ ପ୍ରସନ୍ନ ପଲେଇ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ଓ ଅତିଥିମାନେ ଯୋଗଦେଇ ଶିଶୁମାନଙ୍କୁ ଉତ୍ସାହିତ କରିଥିଲେ। ମଞ୍ଚରେ ଛାତ୍ରଛାତ୍ରୀମାନେ ଆକର୍ଷଣୀୟ ସାଂସ୍କୃତିକ ନୃତ୍ୟ, ଗୀତ ଓ ବିଭିନ୍ନ କଳା ପରିବେଷଣ କରି ଉପସ୍ଥିତ ଦର୍ଶକଙ୍କ ମନ ଜିଣିଥିଲେ।ଶେଷରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।