ସାହାରପଡ଼ା ମାଛଗଡ଼ରେ ଇଷ୍ଟ ଜୋନସ୍ତରୀୟ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା
ପାଟଣା: ୩/୯: କେନ୍ଦୁଝର ଜିଲ୍ଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ମାଛଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଇଷ୍ଟ ଜୋନସ୍ତରୀୟ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା–୨୦୨୬-୨୭ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି।ପୂର୍ବାହ୍ନ ୧୦ଟା ସମୟରେ ଆୟୋଜିତ ଏହି କ୍ରୀଡ଼ା ଉତ୍ସବରେ ଆଖପାଖ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ କ୍ରୀଡ଼ାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।ମାଛଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରମେଶ୍ୱର ମହାନ୍ତ ପ୍ରତିଯୋଗିତାକୁ ଉଦ୍ଘାଟନ କରିଥିଲେ। ଏହି ଅବସରରେ ମାଛଗଡ଼ କ୍ଲଷ୍ଟରର ସିଆରସିସି ଅଚ୍ୟୁତାନନ୍ଦ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ କ୍ରୀଡ଼ା ପ୍ରତି ଆଗ୍ରହୀ ହେବାକୁ ଆହ୍ୱାନ କରିଥିଲେ। ଏଥିସହ ଶାରୀରିକ ଓ ମାନସିକ ବିକାଶରେ କ୍ରୀଡ଼ାର ଗୁରୁତ୍ୱ ସମ୍ପର୍କରେ ସେ ଉଦ୍ବୋଧନ ଦେଇଥିଲେ।ପରେ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ମାନସ ରଞ୍ଜନ ମହାନ୍ତଙ୍କ ତତ୍ତ୍ୱାବଧାନରେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ ହୋଇଥିଲା। ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ଭାବେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜର କ୍ରୀଡ଼ା ଦକ୍ଷତା ପ୍ରଦର୍ଶନ କରିଥିଲେ।କାର୍ଯ୍ୟକ୍ରମର ସଫଳ ପରିଚାଳନାରେ ବିଦ୍ୟାଳୟର ଅନ୍ୟାନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିବାବେଳେ ଆଖପାଖ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକମାନେ ମଧ୍ୟ ସାମିଲ ହୋଇଥିଲେ।ଶତାଧିକ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ମାଛଗଡ଼ କ୍ରୀଡ଼ା ପଡ଼ିଆ ଦିନତମାମ କ୍ରୀଡ଼ାମୁଖର ହୋଇଉଠିଥିଲା। କ୍ରୀଡ଼ା ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶୃଙ୍ଖଳା, ସହନଶୀଳତା, ନେତୃତ୍ୱ ଓ ଭାତୃତ୍ୱଭାବ ବିକଶିତ ହୁଏ ବୋଲି ଉପସ୍ଥିତ ଅତିଥିମାନେ ମତପ୍ରକାଶ କରିଥିଲେ।
ନଜର ଓଡ଼ିଶା
Nazar Odisha
Subscribe to:
Post Comments (Atom)
