ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣାରେ ବଣୁଆ ଭାଲୁ ଆକ୍ରମଣ: ଯୁବକ ଗୁରୁତର, କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର

News Summary

ପାଟଣା ବନାଞ୍ଚଳ ବଡ଼ ନୂଆଗାଁ ପଞ୍ଚାୟତ କୋଠାଘର ଗ୍ରାମରେ ବଣୁଆ ଭାଲୁ ଆକ୍ରମଣରେ ସନୁ ମୁଣ୍ଡା ଗୁରୁତର ଆହତ। ପାଟଣାରୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର।

ନଜର ଓଡ଼ିଶା | Nazar Odisha

କେନ୍ଦୁଝର/ପାଟଣା, ୨୩/୯:କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ  ଡୁମୁରିଆ ପଞ୍ଚାୟତ  କୋଠାଘର ଗ୍ରାମରେ ବଣୁଆ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକଙ୍କୁ ପ୍ରଥମେ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଥିବାବେଳେ ପରେ ଉନ୍ନତ ଚିକିତ୍ସା ପାଇଁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।ଆହତ ଯୁବକ ଜଣକ ସାହାରପଡ଼ା ବ୍ଲକ ଓସ୍ତଯୋଡ଼ି ଗ୍ରାମର ସନୁ ମୁଣ୍ଡା(୩୦) ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ସନୁ ବଡ଼ ନୂଆଗାଁସ୍ଥିତ ନିଜ ଶଶୁର ଘରକୁ ବୁଲିବାକୁ ଆସିଥିଲେ।ବୁଧବାର ସକାଳେ ସନୁ ଶୌଚ ପାଇଁ ଗାଁ ନିକଟସ୍ଥ ଏକ ସ୍ଥାନକୁ ଯାଇଥିବା ସମୟରେ ହଠାତ୍ ଦୁଇଟି ବଣୁଆ ଭାଲୁ ତାଙ୍କ ଉପରକୁ ଆକ୍ରମଣ କରିଥିଲେ। ଭାଲୁ ଆକ୍ରମଣରେ ସନୁ ଗୁରୁତର ଆହତ ହୋଇ ଚିତ୍କାର କରିଥିଲେ। ତାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକ ଓ ପରିବାର ସଦସ୍ୟମାନେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ।ପରେ ତାଙ୍କୁ ତୁରନ୍ତ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଅଧିକ ଚିକିତ୍ସା ପାଇଁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ରେଫର କରିଛନ୍ତି।ଘଟଣା ସମ୍ପର୍କରେ ଖବର ପାଇ ପାଟଣା ବନପାଳ ନିରଞ୍ଜନ ସେଠୀ  ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବନ ବିଭାଗ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ କରିବା ସହ ଭାଲୁଙ୍କ ଗତିବିଧି ଉପରେ ନଜର ରଖାଯାଉଛି।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।