🌹🌼👉ଭଦ୍ରକାଳୀ ପଞ୍ଜିକା👈🌼🌹 ✧═════•❁❀❁•═════✧
ଅଦ୍ୟ ସେପ୍ଟେମ୍ବର ମାସ ୧୭ ତାରିଖ ୨୦୨୬ ମସିହା (ଗୁରୁବାର)
ଶକାବ୍ଦ -୧୯୪୮
ସମ୍ବତ୍ -୨୦୮୩
ଦିଲ୍ଲୀଶ୍ବରାବ୍ଦ -୧୪୩୩
ସମ୍ବତ୍ସର- ରୌଦ୍ର
ଭାଦ୍ରବମାସ- ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ଦିବା ଘ୧୦/୪୭ ଗତେ ସପ୍ତମୀ
ନକ୍ଷତ୍ର- ଅନୁରାଧା ସନ୍ଧ୍ୟା ଘ୦୭/୫୩ ଗତେ ଜ୍ୟେଷ୍ଠା
ଚନ୍ଦ୍ର-ବିଛା
ଯୋଗ- ବିସ୍କୁମ୍ଭ୍
କରଣ - ତୈତିଳ
ସୌରମାସ- କନ୍ୟା ୦୧ ଦିନ
✧═════•❁❀❁•════✧
ସୂର୍ୟୋଦୟ- ପ୍ରାତଃ ଘ୦୫/୩୧/୩୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୫/୦୦
✧═════•❁❀
ଯୋଗିନୀ ପଶ୍ଚିମେ ଦିବା ଘ୧୦/୨୨ ଗତେ ବାୟବ୍ୟେ
ତୁଳା ଓ କୁମ୍ଭ ରାଶିର ଘାତବାର
ସପ୍ତମୀ ର ପାର୍ବଣ ଶ୍ରାଦ୍ଧ
ମୃତେ ଦିବା ଘ୧୦/୪୭ ଗତେ ଏକପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୨/୪୦ ଗତେ ଘ୦୫/୪୫ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୧/୦୦ ଗତେ ଘ୦୩/୪୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୧୫ ମଧ୍ୟେ ଓ ଘ୧୦/୨୮ ଗତେ ଘ୧୨/୫୨ ମଧ୍ୟେ
═✧══•❁❀❁•════✧
ଅଦ୍ୟ ତାଳ ଭକ୍ଷଣ ନିଷେଧ
✧═════•❁❀❁•═════✧
🌼🌹🌹꧁ରାଶିଫଳ꧂🌹🌹🌼 ✧═════•❁❀❁•═════✧
🌹ମେଷ🌹👉 : ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |
✧═════•❁❀❁•═════✧
🌹ବୃଷ🌹👉 : ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।
✧═════•❁❀❁•═════✧
🌹ମିଥୁନ🌹👉 : ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।
✧═════•❁❀❁•═════✧
🌹କର୍କଟ🌹👉 : ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |
✧═════•❁❀❁•═════✧
🌹ସିଂହ🌹👉 : ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |
✧═════•❁❀❁•═════✧
🌹କନ୍ୟା🌹👉 : ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।
✧═════•❁❀❁•═════✧
🌹ତୁଳା🌹👉 : ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।
✧═════•❁❀❁•═════✧
🌹ବିଛା🌹👉 : ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।
✧═════•❁❀❁•═════✧
🌹ଧନୁ🌹👉 : ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।
✧═════•❁❀❁•═════✧
🌹ମକର🌹👉 : ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |
✧═════•❁❀❁•═════✧
🌹କୁମ୍ଭ 🌹👉 : ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |
✧═════•❁❀❁•═════✧
🌹ମୀନ🌹👉 : ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |
ଜ୍ୟୋତିର୍ବିଦ:ଭାବଗ୍ରାହୀ ଖଡିରତ୍ନ
ଯୋଗାଯୋଗ:୯୪୩୮୧୫୨୬୨୭