ପାଟଣାରେ ଭାଲୁ ଆକ୍ରମଣ: ଶୌଚ ପାଇଁ ଯାଇଥିବା ବ୍ୟକ୍ତି ଗୁରୁତର,
News Summary
କେନ୍ଦୁଝର ପାଟଣା ବନାଞ୍ଚଳର ପୋଇପାଣି ଗ୍ରାମ ନିକଟରେ ଭାଲୁ ଆକ୍ରମଣରେ ଗୋବର୍ଦ୍ଧନ ମହାନ୍ତ ଗୁରୁତର। ପାଟଣାରୁ କେନ୍ଦୁଝର ମେଡିକାଲକୁ ସ୍ଥାନାନ୍ତର।
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୩୦/୯: କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତି ହେଲେ ଗୋବର୍ଦ୍ଧନ ମହାନ୍ତ।ସୂଚନା ଅନୁଯାୟୀ, ବୁଧବାର ଭୋର ସମୟରେ ଗୋବର୍ଦ୍ଧନ ଗ୍ରାମ ନିକଟସ୍ଥ ପୋଖରୀକୁ ଶୌଚ ପାଇଁ ଯାଇଥିଲେ। ଏହି ସମୟରେ ହଠାତ୍ ଏକ ବଣୁଆ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଭାଲୁ ଆକ୍ରମଣରେ ତାଙ୍କ ପେଟ ଓ ହାତରେ ଗଭୀର ଆଘାତ ଲାଗିଛି।ପରିବାର ଓ ସ୍ଥାନୀୟ ଲୋକେ ଗୁରୁତର ଆହତ ଗୋବର୍ଦ୍ଧନଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।ଘଟଣା ପରେ ଅଞ୍ଚଳରେ ଭାଲୁକୁ ନେଇ ଲୋକଙ୍କ ମଧ୍ୟରେ ଭୟ ଓ ଚିନ୍ତା ବଢ଼ିଛି। ବନ ବିଭାଗ ପକ୍ଷରୁ ଭାଲୁର ଗତିବିଧି ଉପରେ ନଜର ରଖିବା ସହ ଲୋକଙ୍କୁ ସତର୍କ ରହିବା ଆବଶ୍ୟକତା ରହିଛି।
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
Subscribe to:
Post Comments (Atom)
Latest News
ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।