ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଡୁମୁରିଆରେ ସେବା ସଂକଳ୍ପ ଅଭିଯାନ: ଭତ୍ତା, ପଡ଼ିକାର୍ଡ, ଆବାସ ଓ ଜବକାର୍ଡ ପାଇଁ ଜନସାଧାରଣଙ୍କ ଭିଡ଼

News Summary

ଡୁମୁରିଆରେ ସେବା ସଂକଳ୍ପ ଅଭିଯାନ, ବିଭିନ୍ନ ସରକାରୀ ସେବା ପାଇଁ ଲୋକଙ୍କ ଭିଡ଼।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୨୮/୯: ପାଟଣା ବ୍ଲକ ପ୍ରଶାସନ ପକ୍ଷରୁ ଡୁମୁରିଆ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନ୍ତର୍ଗତ ସେବା ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ଡୁମୁରିଆ, ଚିନାମାଳିପଶି ଓ ପଲାଣଘାଟି ପଞ୍ଚାୟତବାସୀଙ୍କୁ ବିଭିନ୍ନ ସରକାରୀ ସେବା ଯୋଗାଇ ଦିଆଯାଇଥିଲା।ଶିବିରରେ ସଫେଇ ମିତ୍ରଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର, ପିଏମ୍ ସୂର୍ଯ୍ୟ ଘର ଯୋଜନା ସମ୍ପର୍କିତ ସଚେତନତା, ରାଜସ୍ୱ ସେବା, କୃଷି ବିଭାଗର ସଚେତନତା କାର୍ଯ୍ୟକ୍ରମ ଓ ବନ ବିଭାଗ ପକ୍ଷରୁ ଚାରା ବଣ୍ଟନ ଭଳି ବିଭିନ୍ନ ସେବା ଓ ସଚେତନତାମୂଳକ କାର୍ଯ୍ୟକ୍ରମ ହୋଇଥିଲା।ବିଶେଷ କରି ଭତ୍ତା, ପଡ଼ିକାର୍ଡ, ଆବାସ ଓ ଜବକାର୍ଡ ସମ୍ପର୍କିତ ସେବା ପାଇଁ ଶିବିରରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। 
ଦୂରଦୂରାନ୍ତରୁ ଆସିଥିବା ଜନସାଧାରଣ ନିଜ ନିଜ ସମସ୍ୟା ଓ ଅଭିଯୋଗ ଅଧିକାରୀମାନଙ୍କ ନିକଟରେ ଉପସ୍ଥାପନ କରିଥିଲେ।ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ସହ ଅତିରିକ୍ତ ତହସିଲଦାର ରବିଶଙ୍କର ହେମ୍ବ୍ରମ, ବିଏସଏସଓ ଅଭୟ ଚରଣ ଦେହୁରୀ, ସହକାରୀ ଶ୍ରମ ଅଧିକାରୀ ଅମରେଶ କର, ମଙ୍ଗଳ ସମ୍ପ୍ରସାରଣ ଅଧିକାରିଣୀ ସିପ୍ରାରାଣୀ ମହାନ୍ତ, କୃଷି ଅଧିକାରୀ ବର୍ଷା ବୈଶାଳୀ, କୃଷି ଅଧୀଦର୍ଶକ ଅଭୟ ରାଉତ, ଯୋଗାଣ ନିରୀକ୍ଷକ ଦିବ୍ୟରାଜ ଭୋଇ, ଗ୍ରାମୀଣ ଆବାସ ସଂଯୋଜକ ସୁରେନ୍ଦ୍ର ଖଣ୍ଡା ଓ ଜମାଲୁଦିନ ଖାନଙ୍କ ସମେତ ଅଞ୍ଚଳର ରାଜସ୍ୱ ନିରୀକ୍ଷକ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଏଡିଇଓମାନେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।
ଅଧିକାରୀମାନେ ଶିବିରକୁ ଆସିଥିବା ଜନସାଧାରଣଙ୍କ ସମସ୍ୟା ଶୁଣିବା ସହ ବିଭିନ୍ନ ଅଭିଯୋଗ ଲିଖିତ ଭାବେ ଗ୍ରହଣ କରିଥିଲେ। ଗ୍ରାମାଞ୍ଚଳର ଲୋକଙ୍କୁ ଗୋଟିଏ ସ୍ଥାନରେ ବିଭିନ୍ନ ସରକାରୀ ବିଭାଗର ସେବା ଯୋଗାଇଦେବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ରହିଥିଲା।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।