ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ଜିଲ୍ଲାପାଳ ମଧୁସୂଦନ ଦାଶ

News Summary

ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ରୋଗୀସେବା, ସ୍ୱଚ୍ଛତା, ଔଷଧ ଓ ଚିକିତ୍ସା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

ନଜର ଓଡ଼ିଶା | Nazar Odisha
ନୂଆପଡ଼ା, ୧୭/୯: ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ (DHH) ପରିଦର୍ଶନ କରି ବିଭିନ୍ନ ୱାର୍ଡ ବୁଲିବା ସହ ରୋଗୀସେବା ଓ ଚିକିତ୍ସାଳୟର ବିଭିନ୍ନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।ଜିଲ୍ଲାପାଳ ଅସ୍ଥିଶଲ୍ୟ, ସର୍ଜରୀ ଓ ମେଡିସିନ୍‌ ସମେତ ବିଭିନ୍ନ ୱାର୍ଡ ପରିଦର୍ଶନ କରି ଭର୍ତ୍ତି ରୋଗୀମାନଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ। ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା, ଚିକିତ୍ସା ବ୍ୟବସ୍ଥା, ଆବଶ୍ୟକ ଔଷଧ ଓ ଅନ୍ୟାନ୍ୟ ସୁବିଧା ଠିକ୍‌ ଭାବେ ମିଳୁଛି କି ନାହିଁ, ସେ ସମ୍ପର୍କରେ ସେ ପଚାରି ବୁଝିଥିଲେ।
ଚିକିତ୍ସାଳୟର ସ୍ୱଚ୍ଛତା ଓ ପରିମଳ ବ୍ୟବସ୍ଥା ଉପରେ ଜିଲ୍ଲାପାଳ ବିଶେଷ ଗୁରୁତ୍ୱ ଦେଇଥିଲେ। ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ସ୍ୱଚ୍ଛ, ସୁରକ୍ଷିତ ଓ ସୁସ୍ଥ ପରିବେଶ ଯୋଗାଇଦେବା ସମସ୍ତଙ୍କ ଦାୟିତ୍ୱ ବୋଲି ସେ କହିଥିଲେ।ଏହି ଅବସରରେ ଜିଲ୍ଲାପାଳ ଡାକ୍ତର ଓ ଚିକିତ୍ସାଳୟ କର୍ମଚାରୀଙ୍କ ସହ ଆଲୋଚନା କରି ରୋଗୀସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ପରାମର୍ଶ ଦେଇଥିଲେ। ରୋଗୀଙ୍କ ପ୍ରତିସମ୍ବେଦନଶୀଳ ଓ ଦାୟିତ୍ୱବାନ ଆଚରଣ, ସମୟୋଚିତ ଚିକିତ୍ସା, ଆବଶ୍ୟକ ପରାମର୍ଶ ଏବଂ ଉପଯୁକ୍ତ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।ଏଥିସହ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ (Single Use Plastic-SUP) ମୁକ୍ତ ଚିକିତ୍ସାଳୟ ପରିବେଶ ଗଠନ ଉପରେ ମଧ୍ୟ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ। ଚିକିତ୍ସାଳୟ ପରିସରରେ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ୍‌ ବ୍ୟବହାର ନକରିବା, ପ୍ଲାଷ୍ଟିକ୍‌ ଆବର୍ଜନା ଏଣେତେଣେ ନପକାଇବା ଏବଂ ଆବର୍ଜନାର ଉପଯୁକ୍ତ ପରିଚାଳନା ସୁନିଶ୍ଚିତ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।ଜିଲ୍ଲାପାଳଙ୍କ ଏହି ପରିଦର୍ଶନ ସମୟରେ ଚିକିତ୍ସାଳୟର ରୋଗୀସେବା, ସ୍ୱଚ୍ଛତା, ପରିମଳ ଓ ସ୍ୱାସ୍ଥ୍ୟସେବାର ଗୁଣବତ୍ତା ଉପରେ ଗୁରୁତ୍ୱ ଦିଆଯାଇଥିଲା।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।