ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା/ମାର୍ଶାଘାଇ:୧୨/୯,କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ ପେଣ୍ଠ ଗ୍ରାମର ଜଣେ ଯୁବକଙ୍କ ଅଜଣା ଗାଡ଼ି ଧକ୍କାରେ ମୃତ୍ୟୁ ଘଟିଛି। ମୃତକ ହେଲେ ଲଲାଟ ସ୍ୱାଇଁ (୩୨)।ସୂଚନା ଅନୁସାରେ, ଲଲାଟ ଗତ ୧୪ ଅଗଷ୍ଟ ୨୦୨୬ ରାତି ପ୍ରାୟ ୮ଟା ସମୟରେ ନିଜ ବ୍ୟକ୍ତିଗତ କାମ ସାରି କେନ୍ଦ୍ରାପଡ଼ାରୁ ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ଦେଇ ଘରକୁ ଫେରୁଥିଲେ। ଏହି ସମୟରେ ଏକ ଅଜଣା ଗାଡ଼ି ତାଙ୍କୁ ପଛପଟୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।ଦୁର୍ଘଟଣା ପରେ ଲଲାଟ ଘଟଣାସ୍ଥଳରେ ସଂଜ୍ଞାହୀନ ଅବସ୍ଥାରେ ପଡ଼ି ରହିଥିଲେ। ଖବର ପାଇ କେନ୍ଦ୍ରାପଡ଼ା ଟାଉନ ଥାନା ପୋଲିସ ତାଙ୍କୁ ଉଦ୍ଧାର କରି କେନ୍ଦ୍ରାପଡ଼ା ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା।ତେବେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରଥମେ କଟକ ବଡ଼ ଡାକ୍ତରଖାନା ଏବଂ ପରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଦୀର୍ଘ ଚିକିତ୍ସା ସତ୍ତ୍ୱେ ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଲଲାଟଙ୍କ ମୃତ୍ୟୁ ଘଟିଛି।
ଲଲାଟଙ୍କ ମୃତ୍ୟୁ ଖବର ପ୍ରଚାର ହେବା ପରେ ପେଣ୍ଠ ଗ୍ରାମ ସମେତ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଅଜଣା ଗାଡ଼ିଟିକୁ ଚିହ୍ନଟ କରିବା ସହ ଘଟଣା ସମ୍ପର୍କରେ ପୋଲିସ ତଦନ୍ତ କରୁଛି।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।