ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ପିପିଳିଆରେ ବଜ୍ରପାତ ଅଘଟଣ: ୭୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ

News Summary

କେନ୍ଦୁଝର ଜିଲ୍ଲା ପିପିଳିଆ ଗ୍ରାମରେ ବଜ୍ରପାତ ଯୋଗୁଁ ୭୦ ବର୍ଷୀୟ ମଧୁସୂଦନ ନାୟକଙ୍କ ମୃତ୍ୟୁ। ଘଟଣାର ତଦନ୍ତ କରୁଛି ଢେଙ୍କିକୋଟ ପୁଲିସ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପିପିଳିଆ, ୧୭/୯: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ୍ ଅଞ୍ଚଳର ପିପିଳିଆ ଗ୍ରାମରେ ବଜ୍ରପାତ ଯୋଗୁଁ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପିପିଳିଆ ଗ୍ରାମର ମଧୁସୂଦନ ନାୟକ (୭୦)।ସୂଚନା ଅନୁଯାୟୀ, ଆଜି ଅପରାହ୍ନ ପ୍ରାୟ ୧ଟା ୧୦ ମିନିଟ୍ ସମୟରେ ମଧୁସୂଦନ ଘର ବାହାରେ ଗାଈ ବାନ୍ଧି ଘର ଭିତରକୁ ଆସୁଥିଲେ। ଏହି ସମୟରେ ଅଚାନକ ବଜ୍ରପାତ ହୋଇଥିଲା। ବଜ୍ରପାତର ପ୍ରଭାବରେ ଘର ବାହାରେ ଲାଗିଥିବା ବିଦ୍ୟୁତ୍ ମିଟରରୁ ନିଆଁ ବାହାରିଥିବା ବେଳେ ମଧୁସୂଦନ ତଳେ ପଡ଼ିଯାଇଥିଲେ।ପରିବାର ଲୋକ ଓ ସ୍ଥାନୀୟଙ୍କ ସହଯୋଗରେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ମଧୁସୂଦନ ନାୟକଙ୍କୁ ମୃତ ଘୋଷଣା କରିଥିଲେ।
ଘଟଣା ସମ୍ପର୍କରେ ଖବର ପାଇ ଢେଙ୍କିକୋଟ ବିଟ୍ ଅଧିକାରୀ ତ୍ରିନାଥ ନାଏକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ବଜ୍ରପାତ ଯୋଗୁଁ ବୃଦ୍ଧଙ୍କ ମୃତ୍ୟୁକୁ ନେଇ ପିପିଳିଆ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।