ପିପିଳିଆ ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ପାଳିତ
News Summary
କେନ୍ଦୁଝର ପିପିଳିଆରେ ଜାତୀୟ ସେବା ଯୋଜନା ଦିବସ ପାଳିତ; NSS ସ୍ୱେଚ୍ଛାସେବୀଙ୍କୁ ସମାଜସେବା ପାଇଁ ପ୍ରେରଣା।
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଢେଙ୍କିକୋଟ, ୨୪/୯: ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆସ୍ଥିତ ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ନିରାକାର ସ୍ୱାଇଁଙ୍କ ସଭାପତିତ୍ୱରେ ଜାତୀୟ ସେବା ଯୋଜନା (NSS) ଦିବସ ପାଳିତ ହୋଇଯାଇଛି।କାର୍ଯ୍ୟକ୍ରମର ପ୍ରାରମ୍ଭରେ ଏନ୍ଏସ୍ଏସ୍ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏହି ଅବସରରେ ଅଧ୍ୟକ୍ଷ ନିରାକାର ସ୍ୱାଇଁ ଛାତ୍ରଛାତ୍ରୀମାନଙ୍କୁ ସମାଜ ପାଇଁ ସେବାମୂଳକ କାର୍ଯ୍ୟ କରିବାକୁ ପ୍ରେରଣା ଦେଇଥିଲେ।ଏନ୍ଏସ୍ଏସ୍ର କାର୍ଯ୍ୟକ୍ରମ ଅଧିକାରୀ ଅଲେଖ ପ୍ରସାଦ ସାହୁ ଉପସ୍ଥିତ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପୂର୍ବତନ କାର୍ଯ୍ୟକ୍ରମ ଅଧିକାରୀ ତଥା ଅଧ୍ୟାପକ ଯତୀନ୍ଦ୍ର ସାହୁ, ହେମନ୍ତ କୁମାର ମିଶ୍ର, ସମୀର ସାହୁ, ପ୍ରାଧ୍ୟାପିକା ଅନୁସ୍ମିତା ପାଣିଗ୍ରାହୀ ଓ ରଶ୍ମୀତା ପୃଷ୍ଟି ପ୍ରମୁଖ ଯୋଗଦେଇ ଏନ୍ଏସ୍ଏସ୍ ସମ୍ପର୍କରେ ବିଭିନ୍ନ ଉପାଦେୟ କଥା କହିଥିଲେ।ଏହି ଅବସରରେ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇ କାର୍ଯ୍ୟକ୍ରମକୁ ମନୋରମ କରାଯାଇଥିଲା। ଶେଷରେ ଏନ୍ଏସ୍ଏସ୍ କାର୍ଯ୍ୟକ୍ରମ ଅଧିକାରୀ ଅଲେଖ ପ୍ରସାଦ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ନଜର ଓଡ଼ିଶା
Nazar Odisha
Subscribe to:
Post Comments (Atom)