ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଗୋଜାପଥର ହାଇସ୍କୁଲରେ ଏଫ୍‌ଇଏସ୍ ପକ୍ଷରୁ ଚିତ୍ରାଙ୍କନ ପ୍ରତିଯୋଗିତା, ‘ବନ୍ୟଜନ୍ତୁ ବଞ୍ଚାଅ, ପ୍ରକୃତି ବଞ୍ଚାଅ’ ବାର୍ତ୍ତା

News Summary

ସାହାରପଡ଼ା ଗୋଜାପଥର ହାଇସ୍କୁଲରେ ‘ବନ୍ୟଜନ୍ତୁ ବଞ୍ଚାଅ, ପ୍ରକୃତି ବଞ୍ଚାଅ’ ଚିତ୍ରାଙ୍କନ ପ୍ରତିଯୋଗିତା

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୩୦/୯: କେନ୍ଦୁଝର ଜିଲ୍ଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଗୋଜାପଥର ହାଇସ୍କୁଲରେ ଏଫ୍‌ଇଏସ୍ ପକ୍ଷରୁ ପରିବେଶ ଓ ବନ୍ୟଜନ୍ତୁ ସୁରକ୍ଷା ସଚେତନତା ନେଇ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।‘ବନ୍ୟଜନ୍ତୁ ବଞ୍ଚାଅ, ପ୍ରକୃତି ବଞ୍ଚାଅ’ ବିଷୟବସ୍ତୁକୁ ନେଇ ଆୟୋଜିତ ଏହି ପ୍ରତିଯୋଗିତାରେ ସ୍କୁଲର ବହୁ ଛାତ୍ରଛାତ୍ରୀ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ପ୍ରତିଯୋଗିତାରେ ଚାରିଜଣ ଛାତ୍ରଛାତ୍ରୀ କୃତିତ୍ୱ ଅର୍ଜନ କରିଥିଲେ।ଏହି ଅବସରରେ ସ୍କୁଲ ପରିସରରେ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା। ଏମ୍‌.ଟି. ନିରଞ୍ଜନ ବିଶ୍ୱାଳ ସଭା ପରିଚାଳନା କରିଥିବାବେଳେ ପ୍ରଧାନଶିକ୍ଷକ ପ୍ରଦୀପ କୁମାର ନାଏକ ସଭାରେ ସଭାପତିତ୍ୱ କରିଥିଲେ।କାର୍ଯ୍ୟକ୍ରମରେ ସାହାରପଡ଼ା ବନରକ୍ଷୀ ଅଶ୍ୱନୀ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ସତ୍ୟବତ୍ର ରାଉତ ଓ ରମେଶ ଚନ୍ଦ୍ର ସ୍ୱାଇଁ ଉପସ୍ଥିତ ଥିଲେ।ଚିତ୍ରାଙ୍କନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ମାନପତ୍ର, ପେନ୍ ଓ ଜ୍ୟାମିତି ବାକ୍ସ ପ୍ରଦାନ କରି ପୁରସ୍କୃତ କରିଥିଲେ। ଏଭଳି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମନରେ ପରିବେଶ ସୁରକ୍ଷା ଓ ବନ୍ୟଜନ୍ତୁ ସଂରକ୍ଷଣ ନେଇ ସଚେତନତା ବୃଦ୍ଧି ପାଇବ ବୋଲି ଆଶା ପ୍ରକାଶ ପାଇଥିଲା।କାର୍ଯ୍ୟକ୍ରମ ଶେଷରେ ତାଲିମ ସଂଯୋଜକ ଅନାଦି ଚରଣ ମହାନ୍ତ ଉପସ୍ଥିତ ଅତିଥି ଓ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ସଫଳ କରିବାରେ ତାଲିମ ସଂଯୋଜକ ବିଜୟ କୁମାର କାରୁଆ ସହଯୋଗ କରିଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।