ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଡ୍ରଗ୍ସ କଣ୍ଟ୍ରୋଲର


ଜଗତସିଂହପୁର:୩/୯: ଲାଞ୍ଚ ନେବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ ଡ୍ରଗ୍ସ କଣ୍ଟ୍ରୋଲର ସଞ୍ଜୟ କୁମାର ହାଁସଦା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ବ୍ୟବସାୟୀଙ୍କଠାରୁ ମେଡିସିନ୍ ହୋଲସେଲିଂ ଲାଇସେନ୍ସ କରାଇଦେବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିବା ସୂଚନା ମିଳିଛି।ସୂଚନା ଅନୁସାରେ, ଜଇପୁର ଛକ ନିକଟରେ ଜଣେ ବ୍ୟବସାୟୀଙ୍କଠାରୁ ମେଡିସିନ୍ ହୋଲସେଲିଂ ଲାଇସେନ୍ସ କରାଇଦେବା ପାଇଁ ସଞ୍ଜୟ କୁମାର ହାଁସଦା ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗ ହୋଇଥିଲା। ଏହି ସମୟରେ କଟକ ଓ ଜଗତସିଂହପୁର ଭିଜିଲାନ୍ସର ମିଳିତ ଟିମ୍ ଚଢ଼ାଉ କରି ତାଙ୍କୁ ଧରିଥିଲା।ଚଢ଼ାଉ ସମୟରେ ତାଙ୍କଠାରୁ ୬ ହଜାର ଟଙ୍କା ଜବତ କରାଯାଇଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି ତଦନ୍ତ ଆରମ୍ଭ କରିଛି।ସଞ୍ଜୟ କୁମାର ହାଁସଦା ବର୍ତ୍ତମାନ ଯାଜପୁର ଜିଲ୍ଲାର ଆସିଷ୍ଟାଣ୍ଟ ଡ୍ରଗ୍ସ କଣ୍ଟ୍ରୋଲର ଭାବେ କାର୍ଯ୍ୟରତ ଥିବାବେଳେ ଜଗତସିଂହପୁର ଜିଲ୍ଲାର ଅତିରିକ୍ତ ଦାୟିତ୍ୱରେ ଥିବା ଜଣାପଡ଼ିଛି।ଭିଜିଲାନ୍ସ ବିଭାଗ ପକ୍ଷରୁ ତାଙ୍କ କାର୍ଯ୍ୟାଳୟରେ ଥିବା କାଗଜପତ୍ର ଓ ଅନ୍ୟାନ୍ୟ ଦସ୍ତାବିଜ ଯାଞ୍ଚ କରାଯାଉଛି। ପ୍ରାଥମିକ ତଦନ୍ତ ସମୟରେ ଅଭିଯୁକ୍ତଙ୍କଠାରୁ ମୋଟ ୧ ଲକ୍ଷ ୫୨ ହଜାର ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି। ଘଟଣାରେ ଭିଜିଲାନ୍ସ ବିଭାଗର ତଦନ୍ତ ଜାରି ରହିଛି।

Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।