ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ପିପିଳିଆରେ ‘ମା ପାଇଁ ଗଛଟିଏ’ କାର୍ଯ୍ୟକ୍ରମ, ୭୦୦ରୁ ଊର୍ଦ୍ଧ୍ୱ ଚାରା ରୋପଣ

News Summary

ପିପିଳିଆରେ ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ‘ମା ପାଇଁ ଗଛଟିଏ’ କାର୍ଯ୍ୟକ୍ରମ। କେନ୍ଦୁଝର ସାଂସଦ ଅନନ୍ତ ନାୟକଙ୍କ ଉପସ୍ଥିତିରେ ୭୦୦ରୁ ଊର୍ଦ୍ଧ୍ୱ ଚାରା ରୋପଣ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଘଟଗାଁ, ୨୫/୯: ଘଟଗାଁ ବ୍ଲକ ପ୍ରଶାସନ ପକ୍ଷରୁ ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ‘ମା ପାଇଁ ଗଛଟିଏ’ ବ୍ଲକସ୍ତରୀୟ କାର୍ଯ୍ୟକ୍ରମ ପିପିଳିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।କେନ୍ଦୁଝର ସାଂସଦ ଅନନ୍ତ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜେ ଚାରା ରୋପଣ କରିବା ସହ ଏହି ଅଭିଯାନରେ ଅଂଶଗ୍ରହଣକାରୀଙ୍କୁ ଉତ୍ସାହିତ କରିଥିଲେ।ଖବର ଅନୁଯାୟୀ, ପିପିଳିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ସମେତ ଗ୍ରାମପଞ୍ଚାୟତର ବିଭିନ୍ନ ସ୍ଥାନରେ ୭୦୦ରୁ ଊର୍ଦ୍ଧ୍ୱ ଚାରା ରୋପଣ କରାଯାଇଛି। ପରିବେଶ ସୁରକ୍ଷା ଓ ସବୁଜ ପରିବେଶ ସୃଷ୍ଟି ଦିଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।କାର୍ଯ୍ୟକ୍ରମରେ ସାଂସଦ ପ୍ରତିନିଧି ଅଖିଳ କୁମାର ପାତ୍ର, ବିଡ଼ିଓ ଖଗେଶ୍ବର ବରାଳ, ଏବିଡ଼ିଓ ଚିତ୍ତରଞ୍ଜନ ନାୟକ, ଏପିଓ କାନନବାଳା ପୃଷ୍ଟି, କନିଷ୍ଠ ଯନ୍ତ୍ରୀ ଜୟନ୍ତ ଜେନା, ସରପଞ୍ଚ ଗୋଲାପ ନାଏକ, ସମିତି ସଭ୍ୟ ବାପୁଜୀ ନାଏକ, ପିଇଓ ଯତୀନ୍ଦ୍ର କୁମାର ପାତ୍ର, ଏଡିଇଓ ନରସିଂହ ମାଝୀ, ପୂର୍ବତନ ସମିତି ସଭ୍ୟ ଅଲେଖ ନାୟକ ଏବଂ ସ୍ଥାନୀୟ ପ୍ରଧାନ ଶିକ୍ଷୟିତ୍ରୀ କବିତା ସ୍ବାଇଁ ପ୍ରମୁଖ ଯୋଗଦେଇ ଚାରା ରୋପଣ କରିଥିଲେ।ଏହି ଅବସରରେ ଅତିଥି ଓ ଅଂଶଗ୍ରହଣକାରୀମାନେ ପରିବେଶ ସୁରକ୍ଷା, ବୃକ୍ଷରୋପଣ ଏବଂ ସବୁଜ ପରିବେଶର ଆବଶ୍ୟକତା ନେଇ ସଚେତନତା ସୃଷ୍ଟି କରିଥିଲେ।କାର୍ଯ୍ୟକ୍ରମକୁ ସଫଳ କରିବାରେ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ସ୍ବେଚ୍ଛାସେବୀ, ଜନସାଧାରଣ, ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀ ସକ୍ରିୟ ସହଯୋଗ କରିଥିଲେ।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।