କନ୍ୟାସନ୍ତାନ ଜନ୍ମ ପରେ ମା’ଙ୍କ ମୃତ୍ୟୁ; କେନ୍ଦୁଝରରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ମହିଳା
ପାଟଣା:୧/୯ (ବ୍ୟୁରୋ ରିପୋର୍ଟ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର ଜଣେ ମହିଳାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)।ସୂଚନା ଅନୁଯାୟୀ, ଗତ ଅଗଷ୍ଟ ୨୭ ତାରିଖରେ ତିଲୋତ୍ତମାଙ୍କୁ ପ୍ରସବ ବେଦନା ହେବାରୁ ପରିବାର ଲୋକେ ତାଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ସେ ଏକ କନ୍ୟାସନ୍ତାନ ଜନ୍ମ ଦେଇଥିଲେ। ତେବେ ପ୍ରସବ ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଚାଲିଥିବା ବେଳେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ ତିଲୋତ୍ତମାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ନବଜାତ ଶିଶୁକନ୍ୟାର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି।ଘଟଣା ସମ୍ପର୍କରେ ସାହାରପଡ଼ା ଫାଣ୍ଡି ପୁଲିସ ମୃତଦେହର ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପାଟଣା ଥାନାରେ ୪୬/୨୬ ନମ୍ବରରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ତିଲୋତ୍ତମାଙ୍କ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ସାହାରପଡ଼ା ଫାଣ୍ଡି ଅଧିକାରୀ ପାର୍ଥ ଓରାମ ସୂଚନା ଦେଇଛନ୍ତି।
ନଜର ଓଡ଼ିଶା
Nazar Odisha
Subscribe to:
Post Comments (Atom)
