ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ପିପିଳିଆ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟ ଶିବିର

News Summary

ପିପିଳିଆ ବିଦ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟ ଶିବିର, ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଢେଙ୍କିକୋଟ, ୨୫/୯: ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆସ୍ଥିତ ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏନ୍‌ଏସ୍‌ଏସ୍‌ ଓ ଯୁବ ରେଡକ୍ରସ୍‌ ସହାୟତାରେ ଏକ ଦିବସୀୟ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଛି।ବିଦ୍ୟାଳୟର ଅଧ୍ୟକ୍ଷ ନିରାକାର ସ୍ୱାଇଁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ପ୍ରାଧ୍ୟାପକ ସତ୍ୟାନନ୍ଦ ପଣ୍ଡା, ଯତୀନ୍ଦ୍ର କୁମାର ସାହୁ, ଚନ୍ଦ୍ରଶେଖର ଭୁଁୟା, ରତ୍ନାକର ମହାନ୍ତ, ସମୀର ସାହୁ, ଘନଶ୍ୟାମ ମହାନ୍ତ, ବତନ୍ମୟ ବଳ, ପ୍ରାଧ୍ୟାପିକା ଅନୁସ୍ମିତା ପାଣିଗ୍ରାହୀ, ରଶ୍ମିତା ପୃଷ୍ଟି ଓ କାଞ୍ଚନ ଲତା ସାହୁଙ୍କ ସମେତ ଅଣଶିକ୍ଷକ କର୍ମଚାରୀ ନନ୍ଦଲାଲ ମହାନ୍ତ, ଜଗମୋହନ ମହାନ୍ତ, ମୁରଲୀ ନାୟକ, ପ୍ରଫୁଲ୍ଲ ମହାନ୍ତ ଓ ଦାମୋଦର ସିଂ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।ଘଟଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ରାଜମୋହନ ମହାନ୍ତି ଓ ତାଙ୍କ ସହଯୋଗୀମାନେ ଶିବିରରେ ଉପସ୍ଥିତ ରହି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଆବଶ୍ୟକତା ଅନୁଯାୟୀ ଛାତ୍ରଛାତ୍ରୀଙ୍କୁ ଔଷଧ ମଧ୍ୟ ପ୍ରଦାନ କରାଯାଇଥିଲା।ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଅଲେଖ ପ୍ରସାଦ ସାହୁ ଓ ଯୁବ ରେଡକ୍ରସ୍‌ ପରାମର୍ଶଦାତା ହେମନ୍ତ ମିଶ୍ର ସ୍ୱେଚ୍ଛାସେବୀମାନଙ୍କ ସହାୟତାରେ ଶିବିରକୁ ଆସିଥିବା ଛାତ୍ରଛାତ୍ରୀଙ୍କ ନାମ ପଞ୍ଜିକରଣ କରିଥିଲେ।ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପ୍ରତି ସଚେତନତା ବୃଦ୍ଧି ଓ ସମୟୋଚିତ ସ୍ୱାସ୍ଥ୍ୟ ପରୀକ୍ଷା ଉଦ୍ଦେଶ୍ୟରେ ଆୟୋଜିତ ଏହି ମାଗଣା ସ୍ୱାସ୍ଥ୍ୟ ଶିବିରରେ ବିଦ୍ୟାଳୟ ପକ୍ଷରୁ ଆବଶ୍ୟକ ସହଯୋଗ ପ୍ରଦାନ କରାଯାଇଥିଲା। ଶେଷରେ ବିଦ୍ୟାଳୟର ଅଧ୍ୟକ୍ଷ ନିରାକାର ସ୍ୱାଇଁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।