ଆଜିର ରାଶିଫଳ: କାହାର ଭାଗ୍ୟ ଚମକିବ? ଜାଣନ୍ତୁ ପଞ୍ଜିକା ସହ ୧୨ ରାଶିର ଭବିଷ୍ୟଫଳ
News Summary
ନଜର ଓଡ଼ିଶା | ଓଡ଼ିଶାର ତାଜା ଖବର ଓ ନ୍ୟୁଜ୍ ପୋର୍ଟାଲ୍
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
*🌹🌼👉ଭଦ୍ରକାଳୀ ପଞ୍ଜିକା👈🌼🌹* *✧═════•❁❀❁•═════✧*
*ଅଦ୍ୟ ସେପ୍ଟେମ୍ବର ମାସ ୧୩ ତାରିଖ ୨୦୨୬ ମସିହା (ରବିବାର)*
*ଶକାବ୍ଦ -୧୯୪୮*
*ସମ୍ବତ୍ -୨୦୮୩*
*ଦିଲ୍ଲୀଶ୍ବରାବ୍ଦ -୧୪୩୩*
*ସମ୍ବତ୍ସର- ରୌଦ୍ର*
*ଭାଦ୍ରବମାସ- ଶୁକ୍ଳପକ୍ଷ*
*ତିଥି- ଦ୍ୱିତୀୟା ଦିବା ଘ୦୭/୦୮ ଗତେ ତୃତୀୟା*
*ନକ୍ଷତ୍ର- ହସ୍ତା ଦିବା ଘ୦୧/୦୭ ଗତେ ଚିତ୍ରା*
*ଚନ୍ଦ୍ର- କନ୍ୟା ଦିବା ଘ୦୧/୨୬ ଗତେ ତୁଳା*
*ଯୋଗ- ଶୁକ୍ଲ*
*କରଣ - କୌଳବ*
*ସୌରମାସ- ସିଂହ ୨୮ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୦/୦୩*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୯/୦୦*
*✧═════•❁❀
*ଯୋଗିନୀ ଉତ୍ତରେ ଦିବା ଘ୦୬/୪୨ ଗତେ ଅଗ୍ନିକୋଣେ*
*ମେଷ ରାଶିର ଘାତବାର*
*ବୃଷ ରାଶିର ଘାତଚନ୍ଦ୍ର*
*ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ଆଜି ସକାଳ*
*ଘ. ୭:୦୮ମି. ମଧ୍ୟେ ଦୁଇ*
*ପାଦ ଓ ତତ୍ପରେ ଏକ ପାଦ*
*ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା ଓ ବାରବେଳା- ଦିବା ଘ୧୦/୧୦ ଗତେ ଘ୦୧/୧୫ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୨୬ ଗତେ ଘ୦୯/୩୮ ମଧ୍ୟେ ଓ ରାତ୍ରି ଘ୦୭/୨୬ ଗତେ ଘ୦୯/୦୩ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୨୬ ମଧ୍ୟେ ରାତ୍ରି ଘ୦୬/୩୫ ଗତେ ଘ୦୭/୨୫ ମଧ୍ୟେ*
═✧*══•❁❀❁•═*═══✧
*ଅଦ୍ୟ ପୋଟଳ ଭକ୍ଷଣ ନିଷେଧ*
*✧═════•❁❀❁•═════✧*
*🌼🌹🌹꧁ରାଶିଫଳ꧂🌹🌹🌼* *✧═════•❁❀❁•═════✧*
*🌹🌹ମେଷ : 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
*✧═════•❁❀❁•═════✧*
*🌹🌹ବୃଷ : 👉ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*✧═════•❁❀❁•═════✧*
*🌹🌹ମିଥୁନ : 👉ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
*✧═════•❁❀❁•═════✧*
*🌹🌹କର୍କଟ: 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।*
*✧═════•❁❀❁•═════✧*
*🌹🌹ସିଂହ : 👉ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*✧═════•❁❀❁•═════✧*
*🌹🌹କନ୍ୟା: 👉ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।*
*✧═════•❁❀❁•═════✧*
*🌹🌹ତୁଳା :👉 ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
*✧═════•❁❀❁•═════✧*
*🌹🌹ବିଛା :👉 କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
*✧═════•❁❀❁•═════✧*
*🌹🌹ଧନୁ : 👉ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।*
*✧═════•❁❀❁•═════✧*
*🌹🌹ମକର : 👉ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।*
*✧═════•❁❀❁•═════✧*
*🌹🌹କୁମ୍ଭ : 👉ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
*✧═════•❁❀❁•═════✧*
*🌹🌹ମୀନ : 👉କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।*
*✧═════•❁❀❁•═════✧*
ଜ୍ୟୋତିର୍ବିଦ:ଭାବଗ୍ରାହୀ ଖଡିରତ୍ନ
Tags:
ନଜର ଓଡ଼ିଶା
Nazar Odisha
Subscribe to:
Post Comments (Atom)