ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ଭିଜିଲାନ୍ସ ଜାଲରେ ICDS ସୁପରଭାଇଜର ଓ JRA, ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

News Summary

ହିଞ୍ଜିଳିକାଟୁରେ ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ICDS ସୁପରଭାଇଜର ବି. ଉମା ପାତ୍ର ଓ JRA ନରସିଂହ ବେହେରା ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି।

ନଜର ଓଡ଼ିଶା | Nazar Odisha
ହିଞ୍ଜିଳିକାଟୁ, ୨୦/୯: ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଦୁଇ ସରକାରୀ କର୍ମଚାରୀ। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଅଞ୍ଚଳରେ ଜଣେ ICDS ସୁପରଭାଇଜର ଓ ଜୁନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ (JRA)ଙ୍କୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଓଡ଼ିଶା ଭିଜିଲାନ୍ସ ଟିମ୍ ଧରିଥିବା ଜଣାପଡ଼ିଛି।ଧରାପଡ଼ିଥିବା କର୍ମଚାରୀମାନେ ହେଲେ ହିଞ୍ଜିଳିକାଟୁ CDS ସୁପରଭାଇଜର ବି. ଉମା ପାତ୍ର ଓ ଜୁନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ନରସିଂହ ବେହେରା।ସୂଚନା ଅନୁସାରେ, ଜଣେ ଅଙ୍ଗନବାଡ଼ି କର୍ମୀଙ୍କୁ ତାଙ୍କ କେନ୍ଦ୍ରର ଗତ ୧୧ ମାସର ବକେୟା ଘରଭଡ଼ା ଟଙ୍କା ମଞ୍ଜୁର କରାଇଦେବା ପାଇଁ ୩୦ ହଜାର ଟଙ୍କା ଲାଞ୍ଚ ଦାବି କରାଯାଇଥିବା ଅଭିଯୋଗ ହୋଇଥିଲା। ଲାଞ୍ଚ ଟଙ୍କା ନଦେଲେ ଆଗାମୀ ମାସର ଘରଭଡ଼ା ମଧ୍ୟ ବନ୍ଦ କରିଦିଆଯିବ ବୋଲି ଅଙ୍ଗନବାଡ଼ି କର୍ମୀଙ୍କୁ ଧମକ ଦିଆଯାଇଥିବା ଅଭିଯୋଗ ରହିଛି।ଏନେଇ ଅଙ୍ଗନବାଡ଼ି କର୍ମୀ ଓଡ଼ିଶା ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଭିଜିଲାନ୍ସ ଟିମ୍ ଯୋଜନାବଦ୍ଧ ଭାବେ ଚଢ଼ାଉ କରିଥିଲା।ସିଡିପିଓ କାର୍ଯ୍ୟାଳୟ ପରିସରରେ ଅଭିଯୋଗକାରିଣୀଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ICDS ସୁପରଭାଇଜର ଓ JRAଙ୍କୁ ଭିଜିଲାନ୍ସ ଟିମ୍ ଧରିଥିଲା। ସେମାନଙ୍କ ନିକଟରୁ ଲାଞ୍ଚ ଟଙ୍କା ମଧ୍ୟ ଜବତ କରାଯାଇଛି।ଏହାପରେ ଦୁଇ କର୍ମଚାରୀଙ୍କ ସମ୍ପତ୍ତି ସମ୍ପର୍କରେ ଯାଞ୍ଚ ଆରମ୍ଭ କରାଯାଇଛି। ଆୟବହିର୍ଭୂତ ସମ୍ପତ୍ତି ଠାବ ଉଦ୍ଦେଶ୍ୟରେ ଦୁଇ ଜଣଙ୍କ ବାସଭବନରେ ଏକକାଳୀନ ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି।ଘଟଣା ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ ତଦନ୍ତ ଜାରି ରହିଛି।
Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।