ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

ଘଟଗାଁ ବାଲିଯୋଡିରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରକକୁ ଧକ୍କା ଦେଲା ବାଇକ୍, OSRTC ବସ୍ ଡ୍ରାଇଭର ମୃତ

ଘଟଗାଁ, ୩/୯: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ବାଲିଯୋଡି ନିକଟରେ ଘଟିଛି ଏକ ଭୟାବହ ସଡ଼କ ଦୁର୍ଘଟଣା। ଜାତୀୟ ରାଜପଥରେ ଏକ ଷୋହଳ ଚକିଆ ଟ୍ରକକୁ ମୋଟରସାଇକେଲ ଧକ୍କା ଦେବାରୁ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି।ମୃତକ ହେଲେ ବାଲେଶ୍ୱର ଜିଲ୍ଲା ରାଜବରହମପୁର ଅଞ୍ଚଳର ସରୋଜ କୁମାର ସାହୁ (୩୭)। ସରୋଜ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (OSRTC)ର କେନ୍ଦୁଝର-ବାଲେଶ୍ୱର ମଧ୍ୟରେ ଚଳାଚଳ କରୁଥିବା ବସ୍‌ରେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ।ସୂଚନା ଅନୁସାରେ, ଗତକାଲି ଡ୍ୟୁଟି ସାରିବା ପରେ ଆଜି ଛୁଟି ନେଇ ସରୋଜ ନିଜ ମୋଟରସାଇକେଲ ଯୋଗେ କେନ୍ଦୁଝରରୁ ଘରକୁ ଯାଉଥିଲେ। ଏହି ସମୟରେ ବାଲିଯୋଡି ନିକଟରେ ଜାତୀୟ ରାଜପଥ ଉପରେ ସାମ୍ନା ପଟୁ ଆସୁଥିବା ଏକ ଷୋହଳ ଚକିଆ ଟ୍ରକ ସହ ତାଙ୍କ ବାଇକ୍‌ର ଧକ୍କା ହୋଇଥିଲା।ଦୁର୍ଘଟଣାରେ ମୋଟରସାଇକେଲଟି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ସରୋଜଙ୍କୁ ଘଟଗାଁ ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଖବର ପାଇ ଘଟଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଟ୍ରକ ଓ ମୋଟରସାଇକେଲକୁ ଜବତ କରିଛି। ଏହି ସଡ଼କ ଦୁର୍ଘଟଣାର କାରଣ ସମ୍ପର୍କରେ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।

Share: 𝕏
ନଜର ଓଡ଼ିଶା
Nazar Odisha
  • ()

Latest News


Leave a Reply

Your Email address will not be published.

Required fields are marked *

🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।