ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ବାଇକ୍ ଧକ୍କାରେ ମାଛଗଡ଼ ପଞ୍ଚାୟତର ଏସିଏମ୍‌ଙ୍କ ମୃତ୍ୟୁ, ବାଇକ୍ ଛାଡ଼ି ଫେରାର ଯୁବକ

News Summary

ସାହାରପଡ଼ା ବ୍ଲକ ମାଛଗଡ଼ ପଞ୍ଚାୟତର ପଇତାମଜା ଗ୍ରାମରେ ବାଇକ୍ ଧକ୍କାରେ ୪୫ ବର୍ଷୀୟ ଗିରିଧାରୀ ମହାନ୍ତଙ୍କ ମୃତ୍ୟୁ। ଦୁର୍ଘଟଣା ପରେ ବାଇକ୍ ଚାଳକ ଫେରାର।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ସାହାରପଡ଼ା, ୮/୧୦: କେନ୍ଦୁଝର ଜିଲ୍ଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ମାଛଗଡ଼ ପଞ୍ଚାୟତର ପଇତାମଜା ଗ୍ରାମରେ ବାଇକ୍ ଧକ୍କାରେ ଗିରିଧାରୀ ମହାନ୍ତ (୪୫)ଙ୍କ ମୃତ୍ୟୁ ଘଟିଛି। ସେ ଗ୍ରାମରେ ପାଣି ପମ୍ପ ଚାଳକ ଭାବେ କାର୍ଯ୍ୟ କରୁଥିଲେ। ଏହି ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ସୂଚନା ଅନୁଯାୟୀ, ଗୁରୁବାର ଅପରାହ୍ନ ପ୍ରାୟ ୨ଟା ସମୟରେ ବର୍ଷା ହେଉଥିବା ବେଳେ ଗିରିଧାରୀ ନିଜ ଘର ସମ୍ମୁଖ ରାସ୍ତାରେ ଯାଉଥିଲେ। ଏହି ସମୟରେ ସାମ୍ନା ପଟୁ ଦ୍ରୁତଗତିରେ ଆସୁଥିବା ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ଘଟାଇବା ପରେ ବାଇକ୍ ଚାଳକ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଦୌଡ଼ି ପଳାଇଥିବା ଜଣାପଡ଼ିଛି।ପରିବାର ଲୋକେ ଗୁରୁତର ଅବସ୍ଥାରେ ଗିରିଧାରୀଙ୍କୁ କରଞ୍ଜିଆ ଡାକ୍ତରଖାନାକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଏନେଇ ପାଟଣା ଥାନା ଅଧିକାରୀ କିରଣ ଶଙ୍କର ସାହୁଙ୍କୁ ପଚାରିବାରୁ ସେ ଘଟଣା ସମ୍ପର୍କରେ କୌଣସି ସୂଚନା ପାଇନଥିବା ପ୍ରକାଶ କରିଥିଲେ।ଏହି ଦୁର୍ଘଟଣା ପରେ ମୃତକଙ୍କ ପରିବାର ଓ ଗ୍ରାମବାସୀଙ୍କ ମଧ୍ୟରେ ଶୋକର ବାତାବରଣ ସୃଷ୍ଟି ହୋଇଛି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।