ମୁରୁସୁଆଁ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଶ୍ୱ ହାତଧୁଆ ଦିବସ ପାଳିତ
News Summary
କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକର ମୁରୁସୁଆଁ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଶ୍ୱ ହାତଧୁଆ ଦିବସ ପାଳିତ। ଛାତ୍ରଛାତ୍ରୀଙ୍କୁ ହାତ ଧୋଇବା କୌଶଳ ଓ ସ୍ୱଚ୍ଛତା ସମ୍ପର୍କରେ ସଚେତନତା
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୧୫/୧୦: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ସଠିକ୍ ହାତ ଧୋଇବାର କୌଶଳ ଶିଖାଇବା ସହିତ ସ୍ୱଚ୍ଛତା ଓ ସ୍ୱାସ୍ଥ୍ୟ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଥିଲା।କାର୍ଯ୍ୟକ୍ରମରେ ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟ, ଅତିରିକ୍ତ ତହସିଲଦାର ରବିଶଙ୍କର ହେମ୍ବ୍ରମ, ସହକାରୀ ଶ୍ରମ ଅଧିକାରୀ ଅମରେଶ କର, ବିଆରସି ଜମାଲୁଦ୍ଦିନ ଖାନ୍, ମୁରୁସୁଆଁ ସରପଞ୍ଚ ହରିଶଙ୍କର ଦେହୁରୀ, ସମିତି ସଭ୍ୟ ସୁଶୀଲ କୁମାର ସାହୁ, ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ମିତ୍ରଭାନୁ ସାହୁ, ପିଇଓ ନିଶିଥ କୁମାର ରାଉତ ଓ ଏଡିଇଓ ମୋନାଲିସା ମହାନ୍ତ ଯୋଗ ଦେଇଥିଲେ।ସେହିପରି ବିଦ୍ୟାଳୟର ପ୍ରଧାନଶିକ୍ଷକ ଖଗେଶ୍ୱର ମହାନ୍ତଙ୍କ ସମେତ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ହାତ ଧୋଇବାର ସଠିକ୍ ପଦ୍ଧତି ଅନୁସରଣ କଲେ ଅନେକ ସଂକ୍ରାମକ ରୋଗର ଆଶଙ୍କା କମାଇ ହେବ। ତେଣୁ ଦୈନନ୍ଦିନ ଜୀବନରେ ସ୍ୱଚ୍ଛତା ଅଭ୍ୟାସକୁ ଗୁରୁତ୍ୱ ଦେବା ପାଇଁ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବାର୍ତ୍ତା ଦିଆଯାଇଥିଲା।
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
Subscribe to:
Post Comments (Atom)
Latest News
ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।