ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଶୋକାକୁଳ ପରିବେଶରେ ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ଅନ୍ତିମ ସଂସ୍କାର

News Summary

ପୂର୍ବତନ ପାଟଣା ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୭ ବର୍ଷ ବୟସରେ ପରଲୋକ ପରେ ଭଗପଶି ଗ୍ରାମରେ ଶୋକାକୁଳ ପରିବେଶରେ ଅନ୍ତିମ ସଂସ୍କାର। ବହୁ ନେତା ଜଣାଇଲେ ଶ୍ରଦ୍ଧାଞ୍ଜଳି।

ନଜର ଓଡ଼ିଶା | Nazar Odisha

କେନ୍ଦୁଝର/ପାଟଣା, ୨୩/୧୦: ପୂର୍ବତନ ପାଟଣା ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୭ ବର୍ଷ ବୟସରେ ପରଲୋକ ପରେ ଶୁକ୍ରବାର ଶୋକାକୁଳ ପରିବେଶରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଗତକାଲି ବିଳମ୍ବିତ ସନ୍ଧ୍ୟାରେ ତାଙ୍କର ଦେହାନ୍ତ ହୋଇଥିଲା। ତାଙ୍କର ଶେଷ ଦର୍ଶନ ପାଇଁ ବହୁ ରାଜନୈତିକ ନେତା, ଜନପ୍ରତିନିଧି ଓ ବିଶିଷ୍ଟ ବ୍ୟକ୍ତି ଏକତ୍ରିତ ହୋଇ ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।କେନ୍ଦୁଝର ସାଂସଦ ଅନନ୍ତ ନାୟକଙ୍କ ସମେତ ପୂର୍ବତନ ମନ୍ତ୍ରୀ ତଥା ଘଷିପୁରା ବିଧାୟକ ବଦ୍ରୀ ନାରାୟଣ ପାତ୍ର, ଜିଲ୍ଲା ବିଜୁ ଜନତା ଦଳ ସଭାପତି ଆଶିଷ ଚକ୍ରବର୍ତ୍ତୀ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ପାଟଣା ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି, ଗୋଣ୍ଡ ସମାଜର ଜିଲ୍ଲା ସଭାପତି ପ୍ରଫୁଲ୍ଲ କୁମାର ସିଂହ ଓ ସାହାରପଡ଼ା ବ୍ଲକ ବିଜେଡି ସଭାପତି ଦିଲ୍ଲୀପ ସାହୁ ଶେଷ ଦର୍ଶନ କରିଥିଲେ।ସେହିପରି ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ ଓ ସୁକାନ୍ତି ନାଏକ, ପୂର୍ବତନ ସାଂସଦ ମାଧବ ସର୍ଦ୍ଦାର, ଜିଲ୍ଲା ବିଜେଡି କାର୍ଯ୍ୟକାରୀ ସଭାପତି ପ୍ରମୋଦ ପଟ୍ଟନାୟକ, ବରିଷ୍ଠ ବିଜେପି ନେତା ଅଂଶୁମାନ ସବୁଜ ମହାନ୍ତ ବର୍ମା ଓ ରାଧାକାନ୍ତ ମହାନ୍ତ, ବରିଷ୍ଠ ନେତା ଭବାନୀ ଶଙ୍କର ନାଏକ ଓ ପୃଥ୍ୱୀରାଜ କୁଅଁର, ଝୁମ୍ପୁରା ବ୍ଲକ ଅଧ୍ୟକ୍ଷା ମାଳତୀ ନାଏକ, ପୂର୍ବତନ ରାଜ୍ୟସଭା ସାଂସଦ ରାହାସ ବିହାରୀ ବାରିକ, ପୂର୍ବତନ ବିଧାୟକ ପ୍ରାଣବଲ୍ଲଭ ନାୟକ ଓ ସୁବର୍ଣ୍ଣ ନାୟକ ଏବଂ ଇଂ. ବିଦ୍ୟାଧର ଦାଶଙ୍କ ସମେତ ବହୁ ବ୍ୟକ୍ତି ଶେଷଯାତ୍ରାରେ ସାମିଲ ହୋଇଥିଲେ।ସ୍ୱର୍ଗତ କାହ୍ନୁ ଚରଣ ନାଏକଙ୍କ ପାର୍ଥିବ ଶରୀରକୁ ଏକ ସୁସଜ୍ଜିତ ଯାନରେ ଗ୍ରାମରେ ଶୋଭାଯାତ୍ରାରେ ପରିକ୍ରମା କରାଯିବା ପରେ ଶ୍ମଶାନକୁ ନିଆଯାଇଥିଲା। ଭଗପଶି ଗ୍ରାମରେ ଥିବା ତାଙ୍କ ନିଜସ୍ୱ ଜମିରେ ଶୋକାକୁଳ ପରିବେଶରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଥିଲା।ବଡ଼ପୁଅ ଲୋକନାଥ ନାଏକ ମୁଖାଗ୍ନି ଦେଇଥିବା ବେଳେ ମଧ୍ୟମ ପୁଅ ସତ୍ୟବ୍ରତ ନାଏକ, ସାନପୁଅ ତଥା ପୂର୍ବତନ ବିଧାୟକ ଜଗନ୍ନାଥ ନାଏକ ଓ ଅନ୍ୟ ଆତ୍ମୀୟସ୍ୱଜନ ଅନ୍ତିମ ସଂସ୍କାର କାର୍ଯ୍ୟରେ ଉପସ୍ଥିତ ଥିଲେ। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।