ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଘଟଗାଁ ମୁକୁନ୍ଦପୁର ପାଟଣାରେ ସାଂସ୍କୃତିକ କାର୍ଯ୍ୟକ୍ରମ, ପାଲା ମାଧ୍ୟମରେ ଓଡ଼ିଆ ସଂସ୍କୃତିର ପ୍ରଚାର

News Summary

ଘଟଗାଁ ମୁକୁନ୍ଦପୁର ପାଟଣାରେ ବାର୍ଡ଼ ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ଓଡ଼ିଶା ସରକାରଙ୍କ ସହାୟତାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପାଲା ପରିବେଷଣ।

ନଜର ଓଡ଼ିଶା | Nazar Odisha

କେନ୍ଦୁଝର/ଘଟଗାଁ, ୨୫/୧୦: କେନ୍ଦୁଝର ଜିଲ୍ଲା ଘଟଗାଁସ୍ଥିତ ମୁକୁନ୍ଦପୁର ପାଟଣା ଗ୍ରାମରେ ବାର୍ଡ଼ ସ୍ୱେଚ୍ଛାସେବୀ ସଂଗଠନ ଆନୁକୂଲ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ସହାୟତାରେ ଏକ ସାଂସ୍କୃତିକ ବିକାଶ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ଗାୟିକା ସନ୍ଧ୍ୟାରାଣୀ ନାୟକଙ୍କ ଦ୍ୱାରା ପାଲା ପରିବେଷଣ କରାଯାଇଥିଲା।ବାର୍ଡ଼ ସ୍ୱେଚ୍ଛାସେବୀ ସଂଗଠନର ଅଧ୍ୟକ୍ଷ ଅଜୟ କୁମାର ବେଜଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ସାର୍ପର ସମ୍ପାଦକ ମହେଶ୍ୱର ସାହୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସଂରକ୍ଷଣ ତଥା ବିକାଶ ପାଇଁ ସଂସ୍କୃତି ବିଭାଗ ପକ୍ଷରୁ ନିଆଯାଉଥିବା ପଦକ୍ଷେପକୁ ସେ ଉଚ୍ଚ ପ୍ରଶଂସା କରିଥିଲେ।ସେହିପରି ଫେକାର ସମ୍ପାଦକ ସୁଶୀଲ କୁମାର ପରିଡ଼ା ଯୋଗଦେଇ “ଭାଷା ବଞ୍ଚିଲେ ସଂସ୍କୃତି ବଞ୍ଚିବ” ବୋଲି ମତ ପ୍ରକାଶ କରିଥିଲେ। ମୁକୁନ୍ଦପୁର ପାଟଣା ମଧ୍ୟ ଇଂରାଜୀ ବିଦ୍ୟାଳୟର ପ୍ରଧାନଶିକ୍ଷକ ଆର୍ତ୍ତତ୍ରାଣ ସେଠୀ ଏବଂ ସମାଜସେବୀ ବିଶ୍ୱନାଥ ବେଜ ପ୍ରମୁଖ ଯୋଗଦେଇ ଓଡ଼ିଆ ସଂସ୍କୃତିର ପ୍ରଚାର ଓ ପ୍ରସାରରେ ପାଲାର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ।ପାରମ୍ପରିକ ପାଲା ପରିବେଷଣ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ମହତ୍ତ୍ୱକୁ ଲୋକଙ୍କ ନିକଟରେ ପହଞ୍ଚାଇବା ସହ ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ଉପରେ ଏହି କାର୍ଯ୍ୟକ୍ରମରେ ଗୁରୁତ୍ୱ ଦିଆଯାଇଥିଲା।

Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।