ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ହାତୀ ଆସିଲେ ସତର୍କ ରୁହନ୍ତୁ, ଜୀବନ ବଞ୍ଚାନ୍ତୁ: ଛାତ୍ରଛାତ୍ରୀଙ୍କୁ ସଚେତନତା

News Summary

କେନ୍ଦୁଝର ପାଟଣା କେନ୍ଦେଇପଶି ପିଏମ୍‌ ଶ୍ରୀ ଉଚ୍ଚ ବିଦ୍ୟାଳୟରେ ମଣିଷ–ହାତୀ ସଂଘର୍ଷ ରୋକିବା ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ଛାତ୍ରଛାତ୍ରୀଙ୍କୁ ସଚେତନ କରାଗଲା।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୨/୧୦: ମଣିଷ–ହାତୀ ସଂଘର୍ଷ ରୋକିବା ସହ ମଣିଷ ଓ ହାତୀ ଉଭୟଙ୍କ ସୁରକ୍ଷା ନେଇ କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ କେନ୍ଦେଇପଶି ପିଏମ୍‌ ଶ୍ରୀ ଉଚ୍ଚ ବିଦ୍ୟାଳୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ ପ୍ରଦାନର ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡିଓ ହିମାଦ୍ରୀ ଲୋଚନ ମହାନ୍ତ ଛାତ୍ରଛାତ୍ରୀଙ୍କୁ ହାତୀଙ୍କ ଗତିବିଧି ସମୟରେ କିପରି ସତର୍କ ରହିବେ ସେନେଇ ବିଭିନ୍ନ ସୂଚନା ଦେଇଥିଲେ।ହାତୀ ଦେଖାଗଲେ ନିକଟକୁ ନଯିବା, ହାତୀଙ୍କୁ ଉତ୍ତେଜିତ ନକରିବା, ଦୂରତା ବଜାୟ ରଖିବା ଏବଂ ନିଜ ସୁରକ୍ଷା ପ୍ରତି ସଚେତନ ରହିବା ନେଇ ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ। ଏଥିସହ ବନ୍ୟଜନ୍ତୁ ସୁରକ୍ଷା ଓ ମଣିଷ–ହାତୀ ସଂଘର୍ଷ ହ୍ରାସ ପାଇଁ ସମସ୍ତଙ୍କ ସହଯୋଗର ଆବଶ୍ୟକତା ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।କାର୍ଯ୍ୟକ୍ରମର ଆୟୋଜକ ଭାବେ ଡିଓ ହିମାଦ୍ରୀ ଲୋଚନ ମହାନ୍ତ ଓ କ୍ଷୀରୋଦ ଚନ୍ଦ୍ର ମହାନ୍ତ ଦାୟିତ୍ୱ ତୁଲାଇଥିଲେ। କେନ୍ଦେଇପଶି ଫରେଷ୍ଟ ଗାର୍ଡ ରୂପଶ୍ରୀ ଖୁଣ୍ଟିଆ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ମୁଖ୍ୟ ଅତିଥି ଭାବେ ସରପଞ୍ଚ ମିନାକ୍ଷୀ ନାଏକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପ୍ରଧାନ ଶିକ୍ଷୟିତ୍ରୀ ସତ୍ୟଭାମା ମୁଣ୍ଡା ଓ ଶିକ୍ଷକ ଦିନେଶ କୁମାର ନାଏକ ଉପସ୍ଥିତ ଥିଲେ।ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହୋଇ ଛାତ୍ରଛାତ୍ରୀଙ୍କୁ ହାତୀ ଓ ମଣିଷ ଉଭୟଙ୍କ ସୁରକ୍ଷା ସମ୍ପର୍କରେ ସଚେତନ କରିଥିଲେ। ମଣିଷ–ହାତୀ ସଂଘର୍ଷ ହ୍ରାସ କରିବା ସହ ବନ୍ୟଜନ୍ତୁ ସୁରକ୍ଷା ପାଇଁ ସମସ୍ତେ ଦାୟିତ୍ୱବାନ ହେବାକୁ ଆହ୍ୱାନ ଦିଆଯାଇଥିଲା।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।