ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ସ୍ୱାମପାଟଣା ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନ: ଏବିଭିପିର ବାଜିମାତ

News Summary

ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଏବିଭିପିର ବାଜିମାତ। ପୁଣ୍ୟବନ୍ତ ପ୍ରଧାନ ସଭାପତି ଓ ଆକାଶ ପାତ୍ର ସାଧାରଣ ସମ୍ପାଦକ ନିର୍ବାଚିତ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୧୫/୧୦: ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ବାଜିମାତ କରିଛି। ପ୍ରମୁଖ ପଦବୀଗୁଡ଼ିକରେ ଏବିଭିପି ସମର୍ଥିତ ପ୍ରାର୍ଥୀମାନେ ବିଜୟୀ ହୋଇଥିବାରୁ ମହାବିଦ୍ୟାଳୟ ପରିସରରେ ଉତ୍ସବର ମାହୋଲ ସୃଷ୍ଟି ହୋଇଛି।ଛାତ୍ର ସଂସଦ ନିର୍ବାଚନ ଶେଷ ହେବା ପରେ ଭୋଟ୍ ଗଣତି କରାଯାଇ ଫଳାଫଳ ଘୋଷଣା କରାଯାଇଥିଲା। ସଭାପତି ଭାବେ ପୁଣ୍ୟବନ୍ତ ପ୍ରଧାନ ଓ ସାଧାରଣ ସମ୍ପାଦକ ଭାବେ ଆକାଶ ପାତ୍ର ନିର୍ବାଚିତ ହୋଇଛନ୍ତି।ସେହିପରି ସହସମ୍ପାଦକ ଭାବେ ବିରେନ୍ଦ୍ର ବେହେରା, କ୍ରୀଡ଼ା ସମ୍ପାଦକ ଭାବେ ଦିଗନ୍ତ ପ୍ରସାଦ ସେଠୀ, ଡ୍ରାମାଟିକ୍ ସମ୍ପାଦକ ଭାବେ ଦିନେଶ ମହାନ୍ତ, ସହ ଡ୍ରାମାଟିକ୍ ସମ୍ପାଦକ ଭାବେ ଅବିନାଶ ସେଠୀ, ଡିଏସଏ ସମ୍ପାଦକ ଭାବେ ସରୋଜ କୁମାର ବେହେରା ଏବଂ ସହ ଡିଏସଏ ସମ୍ପାଦକ ଭାବେ ବୈଲୋଚନ ପ୍ରଧାନ ବିଜୟୀ ହୋଇଛନ୍ତି।ପୂର୍ବରୁ ଉପସଭାପତି ପଦରେ ତ୍ରିଦେବ ମହାନ୍ତ ଏକମାତ୍ର ପ୍ରାର୍ଥୀ ଭାବେ ଏବଂ ସହ କ୍ରୀଡ଼ା ସମ୍ପାଦକ ପଦରେ ବର୍ଷା ରାଣୀ ମହାନ୍ତ ନିର୍ଦ୍ବନ୍ଦ୍ୱରେ ନିର୍ବାଚିତ ହୋଇଥିଲେ।ନିର୍ବାଚନ ଫଳାଫଳ ଘୋଷଣା ପରେ ଏବିଭିପି ସମର୍ଥକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ମହାବିଦ୍ୟାଳୟର ଅଧ୍ୟକ୍ଷ ଜଗନ୍ନାଥ ମହାନ୍ତଙ୍କ ଉପସ୍ଥିତିରେ ନିର୍ବାଚନ ଅଧିକାରୀ ଅଧ୍ୟାପକ ହଳଧର ସାହୁ, ସହଯୋଗୀ ଡ. ହୃଦାନନ୍ଦ ବିଶ୍ୱାଳ ଓ ବ୍ରଜେନ୍ଦ୍ର ପାଟି ଆନୁଷ୍ଠାନିକ ଭାବେ ନିର୍ବାଚନ ଫଳାଫଳ ଘୋଷଣା କରିଥିଲେ।ସମସ୍ତ ବିଜୟୀ ପ୍ରାର୍ଥୀଙ୍କୁ ସ୍ଥାନୀୟ ବିଧାୟକ ଅଖିଳ ଚନ୍ଦ୍ର ନାଏକ, ସାଂସଦ ପ୍ରତିନିଧି ପ୍ରହ୍ଲାଦ ପଲେଇ ଓ ବିଧାୟକଙ୍କ ପ୍ରତିନିଧି କମଳାକାନ୍ତ ଦାଶ ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।