ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ତଣ୍ଡୋ ନିକଟରେ ବାଇକ୍ ଦୁର୍ଘଟଣା, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ

News Summary

କେନ୍ଦୁଝର ଜିଲ୍ଲାର ତଣ୍ଡୋ ନିକଟରେ ବାଇକ୍ ଦୁର୍ଘଟଣାରେ ଡୁମୁରିଆ ଗ୍ରାମର ବିଜୟ ଦଳେଇଙ୍କ ମୃତ୍ୟୁ। ଘଟଗାଁ ପୁଲିସର ତଦନ୍ତ ଜାରି।

ନଜର ଓଡ଼ିଶା | Nazar Odisha

କେନ୍ଦୁଝର/ପାଟଣା, ୨୪/୧୦: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅଞ୍ଚଳର ତଣ୍ଡୋ ନିକଟରେ ବାଇକ୍ ଦୁର୍ଘଟଣାରେ ଜଣେ ୪୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ପାଟଣା ବ୍ଲକ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ଡୁମୁରିଆ ଗ୍ରାମ ହାତୀନୋଟା ସାହିର ତ୍ରିନାଥ ଦଳେଇଙ୍କ ପୁଅ ବିଜୟ ଓରଫ ବିଜୁ ଦଳେଇ।ସୂଚନା ଅନୁଯାୟୀ, ବିଜୟ ଗତକାଲି ରାତିରେ ନିଜ ସାଙ୍ଗମାନଙ୍କ ସହ ଭୀମକୁଣ୍ଡରେ ଭୋଜି କରିଥିଲେ। ଏହାପରେ ରାତି ପ୍ରାୟ ୧୧ଟା ପରେ ବାଇକ୍‌ ଯୋଗେ ନିଜ ଗ୍ରାମ ହାତୀନୋଟା ସାହିକୁ ଫେରୁଥିବା ବେଳେ ତଣ୍ଡୋ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଥିଲେ।ରାତି ହୋଇଥିବାରୁ ଦୁର୍ଘଟଣା ସମ୍ପର୍କରେ ତୁରନ୍ତ କାହାରି ନଜର ପଡ଼ିନଥିଲା। ଫଳରେ ଦୁର୍ଘଟଣାସ୍ଥଳରେ ହିଁ ବିଜୟଙ୍କ ମୃତ୍ୟୁ ଘଟିଥିଲା।ଖବର ପାଇ ଢେଙ୍କିକୋଟ ପୁଲିସ ବିଟ୍‌ର ଏଏସ୍‌ଆଇ କ୍ଷୀରୋଦିନୀ ନିଆଲ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ।ଏହି ଘଟଣାକୁ ନେଇ ଘଟଗାଁ ଥାନାରେ କେସ୍‌ ନମ୍ବର ୫୩୨/୨୦୨୬ରେ ଏକ ଦୁର୍ଘଟଣା ମାମଲା ରୁଜୁ ହୋଇଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି।

Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।