ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଢେଙ୍କିକୋଟ ମଣ୍ଡଳ ବିଜେପିର କାର୍ଯ୍ୟକାରିଣୀ ବୈଠକ, ସଂଗଠନ ସୁଦୃଢ଼ କରିବାକୁ ଗୁରୁତ୍ୱ

News Summary

କେନ୍ଦୁଝର ଜିଲ୍ଲା ଢେଙ୍କିକୋଟରେ ବିଜେପି ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ। ସଂଗଠନ ସୁଦୃଢ଼ କରିବା ଓ ସାଧାରଣ ଲୋକଙ୍କ ପାଇଁ କାମ କରିବାକୁ ଜିଲ୍ଲା ସଭାପତିଙ୍କ ପରାମର୍ଶ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଢେଙ୍କିକୋଟ, ୧୧/୧୦: କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ମଣ୍ଡଳ ବିଜେପିର କାର୍ଯ୍ୟକାରିଣୀ ବୈଠକ ରବିବାର ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ରଞ୍ଜିତ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ଦଳୀୟ ସଂଗଠନକୁ ଅଧିକ ସୁଦୃଢ଼ କରିବା ସହ ସାଧାରଣ ଲୋକଙ୍କ ପାଇଁ କାର୍ଯ୍ୟ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।
ବୈଠକରେ ବିଜେପି କେନ୍ଦୁଝର ଜିଲ୍ଲା ସଭାପତି ଶୁକଦେବ ମହାନ୍ତ, ବିଜେପି ରାଜ୍ୟ ସମ୍ପାଦିକା ମମତା ସିଂ, ସାଂସଦ ପ୍ରତିନିଧି ଅଖିଳ ପାତ୍ର, ଢେଙ୍କିକୋଟ ମଣ୍ଡଳ ପ୍ରଭାରୀ ଯଶ୍ୱସିନୀ ବଳ ଏବଂ ପୂର୍ବତନ ମଣ୍ଡଳ ସଭାପତି ଇନ୍ଦ୍ରମଣୀ ମହାନ୍ତ, ଜିତେନ୍ଦ୍ର ପଲେଇ ଓ ଅକ୍ଷୟ ସିଂ ପ୍ରମୁଖ ଯୋଗ ଦେଇଥିଲେ।ମଣ୍ଡଳ ସାଧାରଣ ସମ୍ପାଦକ ସୌମ୍ୟ ପ୍ରକାଶ ମଣ୍ଡଳ ଓ ଗୌରୀ ଶଙ୍କର ପଲେଇ ବୈଠକ ପରିଚାଳନା କରିଥିଲେ। ଏଥିରେ ଶକ୍ତିକେନ୍ଦ୍ର ପ୍ରମୁଖ, ବୁଥ୍ କମିଟି ସଭାପତି, ପଞ୍ଚାୟତ ପ୍ରତିନିଧିଙ୍କ ସମେତ ଶତାଧିକ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।
ବୈଠକରେ ଜିଲ୍ଲା ସଭାପତି ଶୁକଦେବ ମହାନ୍ତ କହିଥିଲେ ଯେ, ସଂଗଠନ ହେଉଛି ଦଳର ଆତ୍ମା। ତେଣୁ ସମସ୍ତ କାର୍ଯ୍ୟକର୍ତ୍ତା ଦଳ ପ୍ରତି ସମର୍ପିତ ଭାବନା ରଖି କାର୍ଯ୍ୟ କରିବା ସହ ସାଧାରଣ ଲୋକଙ୍କ ସମସ୍ୟା ଓ ଆବଶ୍ୟକତାକୁ ଗୁରୁତ୍ୱ ଦେବା ଉଚିତ ବୋଲି ସେ ପରାମର୍ଶ ଦେଇଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।