ପାଟଣା ବ୍ଲକ ପ୍ରଶାସନ ପକ୍ଷରୁ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ
News Summary
ପାଟଣା ବ୍ଲକ ପ୍ରଶାସନ ପକ୍ଷରୁ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ। ବିଡିଓଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ୧୦ ଜଣ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା।
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୧/୧୦: ପାଟଣା ବ୍ଲକ ପ୍ରଶାସନ ପକ୍ଷରୁ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଇଛି। ଏହି ଅବସରରେ ପାଟଣା ବ୍ଲକ ସଭାଗୃହରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ତହସିଲଦାର ରବି ଶଙ୍କର ହେମ୍ବ୍ରମ, ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ସୁସ୍ମିତା ବେହେରା, ସହକାରୀ ଶ୍ରମ ଅଧିକାରୀ ଅମରେଶ କର ଏବଂ ଏବିଇଓ ଜଗଦୀଶ ନାୟକଙ୍କ ସମେତ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକମାନଙ୍କ ସାମାଜିକ ଅଧିକାର, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉପରେ ଅଧିକାରୀମାନେ ମତାମତ ରଖିଥିଲେ। ଏଥିସହ ବରିଷ୍ଠ ନାଗରିକମାନଙ୍କ ସମସ୍ୟା ଓ ଅଧିକାର ସମ୍ପର୍କରେ ଆଲୋଚନା କରାଯାଇଥିଲା।ଏହି ଅବସରରେ ୧୦ ଜଣ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ବରିଷ୍ଠ ନାଗରିକଙ୍କ ପ୍ରତି ସମ୍ମାନ ଓ ସେମାନଙ୍କ ଅଧିକାରର ସୁରକ୍ଷା ପାଇଁ ଏଭଳି କାର୍ଯ୍ୟକ୍ରମ ଏକ ସଚେତନତାର ବାର୍ତ୍ତା ଦେଇଛି।
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
Subscribe to:
Post Comments (Atom)
Latest News
ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।