ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣା ବସଷ୍ଟାଣ୍ଡ ନିକଟରେ ମଦ ଦୋକାନ ବନ୍ଦ ଦାବି, ଆନ୍ଦୋଳନ ଚେତାବନୀ ଦେଲା ବିକାଶ ମଞ୍ଚ

News Summary

ପାଟଣା ସରକାରୀ ବସଷ୍ଟାଣ୍ଡ ନିକଟରେ ବିଦେଶୀ ମଦ ଦୋକାନ ବନ୍ଦ ଦାବି କଲା ପାଟଣା ବିକାଶ ମଞ୍ଚ। ଦାବି ପୂରଣ ନହେଲେ ଧାରଣା ଓ ଆନ୍ଦୋଳନ ଚେତାବନୀ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୮/୧୦: କେନ୍ଦୁଝର ଜିଲ୍ଲା ପାଟଣା ସରକାରୀ ବସଷ୍ଟାଣ୍ଡ ନିକଟରେ ବିଦେଶୀ ମଦ ଦୋକାନ ଖୋଲାଯିବାକୁ ନେଇ ତୀବ୍ର ବିରୋଧ କରିଛି ପାଟଣା ବିକାଶ ମଞ୍ଚ। ଉକ୍ତ ମଦ ଦୋକାନକୁ ସେଠାରୁ ବନ୍ଦ କରିବା ଦାବିରେ ଅତିରିକ୍ତ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ବଡ଼ପାଟଣା ସରପଞ୍ଚ ବିନତି ବାନରାଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।ମଞ୍ଚ ପକ୍ଷରୁ କୁହାଯାଇଛି ଯେ, ପାଟଣା ସରକାରୀ ବସଷ୍ଟାଣ୍ଡ ନିକଟରେ ଷ୍ଟେଟ୍ ବ୍ୟାଙ୍କ ଓ ସମବାୟ ବ୍ୟାଙ୍କ ଭଳି ଅନୁଷ୍ଠାନ ରହିଛି। ଏହି ରାସ୍ତା ଦେଇ ପ୍ରତିଦିନ ବହୁ ଛାତ୍ରଛାତ୍ରୀଙ୍କ ସମେତ ହଜାର ହଜାର ଲୋକ ଯାତାୟାତ କରୁଛନ୍ତି। ଏଭଳି ଜନଗହଳିପୂର୍ଣ୍ଣ ବଜାର ଅଞ୍ଚଳରେ ମଦ ଦୋକାନ ଖୋଲାଯିବା ଦ୍ୱାରା ବିଶୃଙ୍ଖଳା ଓ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାର ଆଶଙ୍କା ରହିଛି ବୋଲି ମଞ୍ଚ ଉଦ୍‌ବେଗ ପ୍ରକାଶ କରିଛି।ଏହି ଦୃଷ୍ଟିରୁ ଜନସାଧାରଣଙ୍କ ସୁରକ୍ଷା ଓ ଅଞ୍ଚଳରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ମଦ ଦୋକାନକୁ ତୁରନ୍ତ ବନ୍ଦ କରିବାକୁ ଦାବି କରାଯାଇଛି। ଦାବି ପୂରଣ ନହେଲେ ପାଟଣାବାସୀ ଧାରଣା ଦେବା ସହ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ମଞ୍ଚ ପକ୍ଷରୁ ଚେତାବନୀ ଦିଆଯାଇଛି।ଏହି ଦାବିପତ୍ର ପ୍ରଦାନ ସମୟରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ସମାଜସେବୀ ଇଂ. ବିଦ୍ୟାଧର ଦାଶ, ବିଜୟ ରତ୍ନ ପତି, ଲକ୍ଷ୍ମୀଧର ପତି, ରବୀନ୍ଦ୍ର କୁମାର ଲୋହାର, ଅଜୟ ପରିଡ଼ା, ପ୍ରକାଶ କୁମାର ସେଠୀ, ଦୀପକ କୁମାର ରାମଙ୍କ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।